ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଓଡିଶାର ୬ ସମେତ ୧୩ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୧୧୭ଟି ଆସନ ପାଇଁ ମତଦାନ ଜାରି

Published By : Prameya-News7 Bureau | April 23, 2019 IST

ଭୁବନେଶ୍ବର ୨୩|୪: ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୧୩ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୧୧୭ଟି ଆସନ ପାଇଁ ମତଦାନ । ଯେଉଁଥିରେ ଓଡ଼ିଶାର ରହିଛି ୬ଟି ଆସନ । ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି ସହ ଫ୍ଲାଗ୍‌ ମାର୍ଚ୍ଚ ହୋଇଛି । ଗତ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅପେକ୍ଷା ଆଜିର ନିର୍ବାଚନ ଅନେକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ।

ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ୧୩ ରାଜ୍ୟ ଓ ୨ କେନ୍ଦ୍ର ଶାସିତ ଅଞ୍ଚଳର ୧୧୭ଟି ଆସନ ପାଇଁ ମତଦାନ । ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ଫ୍ଲାଗ୍ ମାର୍ଚ୍ଚ କରିଛନ୍ତି ସୁରକ୍ଷା କର୍ମୀ ।

ଓଡ଼ିଶାର ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ବରର ଲୋକସଭା ନିର୍ବାଚନମଣ୍ଡଳୀ ଭୋଟଗ୍ରହଣ ଜାରି ରହିଛି । ଏଥିସହ ୪୨ ବିଧାନସଭା ଆସନରେ ବି ଭୋଟ୍ ଗ୍ରହଣ । ରାଜ୍ୟର ୧୦ ହଜାର ୪୬୪ଟି ବୁଥରେ ୯୨ ଲକ୍ଷ ୫୬ ହଜାର ୯୨୨ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ୬ ଟି ଲୋକସଭା ଆସନ ପାଇଁ ୬୧ ପ୍ରାର୍ଥୀ ଓ ୪୨ ବିଧାନସଭା ଆସନ ପାଇଁ ୩୫୬ ପ୍ରାର୍ଥୀ ମୈଦାନରେ ଅଛନ୍ତି ।  

୪୨ ଟିରୁ ୩୫ ବିଧାନସଭା ଆସନରେ ସକାଳ ୭ ଟାରୁ ସଂଧ୍ୟା ୬ଟା ଯାଏଁ ମତଦାନ ଚାଲିବ ।  ସୁରକ୍ଷା ଦୃଷ୍ଟିରୁ ମାଓ ଅଧ୍ୟୁଷିତ ସମ୍ବଲପୁର, କେନ୍ଦୁଝର ଓ ଢେଙ୍କାନାଳର ୭ ଟି ବିଧାନସଭା ଆସନରେ ସକାଳ ୭ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ମତଦାନ ହେବ । ୨୯୯ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.