ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ପଜିଟିଭ୍, ପତ୍ନୀ ମଧ୍ୟ ସଂକ୍ରମିତ
24/07/2020 at 4:02 PM

ପୋଲସରା, ୨୪|୦୭: ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ପତ୍ନୀ ମଧ୍ୟ କରୋନା ସଂକ୍ରମିତ ଥିବା ଜଣାପଡିଛି । ଏନେଇ ଶୁକ୍ରବାର ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂତ୍ରାନୁସାରେ, ବିଧାୟକ କୌଣସି କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି । ତାଙ୍କୁ କୋଭିଡ୍ ହସ୍ପିଟାଲେ ଭର୍ତ୍ତି କରାଯାଇଛି । ଏହାସହ ବିଧାୟକଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି । ଏହାସହ ତାଙ୍କ ପରିବାରର ସଦସ୍ୟଙ୍କୁ ୧୪ଦିନିଆ କ୍ୱାରେଣ୍ଟାଇନରେ ରଖାଯାଇଛି ।
ସୂଚନାଯୋଗ୍ୟ, ଏହାପୂର୍ବରୁ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।
Related Posts
୨୨ କିଲୋ ଗଞ୍ଜେଇ ସହ ୩ ଜଣଙ୍କୁ ଗିରଫ କଲା ଫ୍ଲାଇଂ ସ୍କ୍ବାଡ୍, କାର୍ ଜବତ
18 January 2021
୨ୟ ଦିନରେ ଟିକାକରଣ, ୩୮୦ ସେସନ୍ରେ ୩୧ ହଜାର ୯୦୨ ଜଣଙ୍କୁ ଦିଆଯିବ ଭାକିସନ୍
18 January 2021