Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ

27/07/2021 at 7:51 AM

ମୟୂରଭଞ୍ଜ, ୨୭|୦୭: ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଖଡ଼ିଆ ନୁଆସାହିରେ ପୋଖରୀରେ ବୁଡ଼ି ୨ ଜଣଙ୍କ ମୃତ୍ୟୁ । ମୃତକ ହେଲେ ୬୩ ବର୍ଷୀୟ ପଞ୍ଚୁ ଦେହୁରୀ ଏବଂ ୨୬ ବର୍ଷୀୟ ଲଖିଆ ଦେହୁରୀ ।

ପୋଖରୀରେ ଗାଧୋଉ ଥିବା ବେଳେ ଉଭୟ ବୁଡ଼ି ଯାଇଥିଲେ । ଉଭୟଙ୍କୁ ଦୀର୍ଘ ସମୟ ପରିବାର ଲୋକେ ଖୋଜାଖୋଜି କରିଥିଲେ ସୁଦ୍ଧା କୌଣସି ପତ୍ତା ପାଇନଥିଲେ । ଶେଷରେ ୫ ଘଣ୍ଟା ପରେ ଉଭୟ ପୋଖରୀରେ ବୁଡ଼ିଥିବା ଜାଣି ପାରି ସ୍ଥାନୀୟ ଲୋକେ ଖୁଣ୍ଟା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।

ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଉଭୟଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବାରିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ତେବେ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts