Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ପାଓ୍ୱାର ହାଉସ କେନାଲରେ ବୁଡି ସିକ୍ୟୁରିଟୀ ଗାର୍ଡଙ୍କ ମୃତ୍ୟୁ, ୨ ଦିନ ଧରି ଥିଲେ ନିଖୋଜ

18/10/2021 at 2:39 PM

ଚିତ୍ରକୋଣ୍ଡା, ୧୮/୧୦: ମାଲକାନଗିରି ଜିଲ୍ଲା ବାଲିମେଳା ପାୱର ହାଉସ କେନାଲରେ ବୁଡି ସିକ୍ୟୁରିଟୀ ଗାର୍ଡଙ୍କ ମୃତ୍ୟୁ । ମୃତ ବ୍ୟକ୍ତିଙ୍କ ନାମ ମାନସ ପଟ୍ଟନାୟକ । ସେ ଏସଆଇଏସ ନାମକ ସିକ୍ୟୁରିଟି ସଂସ୍ଥାରେ କାମ କରୁଥିଲେ ।

ଗତ ଦୁଇ ଦିନ ଧରି ମାନସ ନିଖୋଜ ଥିବା ନେଇ ପରିବାର ପକ୍ଷରୁ ଓର୍କେଲ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ପରେ ଓର୍କେଲ ପୋଲିସ ମାନସଙ୍କୁ ଖୋଜା ଖୋଜି ଆରମ୍ଭ କରିଥିଲେ । ହେଲେ ପାୱରହାଉସ କେନାଲ ନିକଟରେ ଥିବା କିଛି ସ୍ଥାନୀୟ ଲୋକେ ମାନସଙ୍କ ବାଇକ ଥୁଆ ଯାଇଥିବା ପୋଲିସକୁ ଖବର ଦେଇଥିଲେ । ପରେ ପୋଲିସ ଅଗ୍ନିଶମ ବାହିନୀକୁ ଖବର ଦେବା ପରେ କୋରକୁଣ୍ତା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଚି କେନାଲରେ ଖୋଜା ଖୋଜି ଆରମ୍ଭ କରିଥିଲେ । ହେଲେ ବହୁ ଖୋଜା ଖୋଜି କରିବା ପରେ ମଧ୍ୟ ପାଇ ନଥିଲେ । କିନ୍ତୁ ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହ କେନାଲରେ ଭାସୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ ।

ପରେ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଚି ମୃତଦେହକୁ ପାଣିରୁ ଉଦ୍ଧାର କରିଥିଲା । ପରେ ମୃତଦେହକୁ ବ୍ୟବଛେଦ୍ଦ ପାଇଁ ମାଲକାନଗିରିକୁ ପଠା ଯାଇଥିବା ଜଣାପଡିଛି । ତେବେ ମାନସଙ୍କ ମୃତ୍ୟୁ କିଭଳି ଘଟିଛି ଏହାର କାରଣ ଅସ୍ପଷ୍ଟ ରହିଛି ।

   Related Posts