Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବିଜେଡି ଉତ୍ତରୀୟ ପିନ୍ଧିଲେ ପ୍ରଦୀପ, ହଜାର ହଜାର ସମର୍ଥକଙ୍କ ଗହଣରେ ମିଶ୍ରଣ ପର୍ବ

6/11/2021 at 2:09 PM

ନବରଙ୍ଗପୁର ୦୬।୧୧: ବିଜେଡିରେ ମିଶିଲେ ପ୍ରଦୀପ ମାଝୀ । ବିଜୁ ବାବୁଙ୍କ ଫଟୋ ଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ପରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦେଲେ ପ୍ରଦୀପ ମାଝୀ। ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଦଳୀୟ ଉତ୍ତରାୟ ପକାଇ ପ୍ରଦୀପ ମାଝୀଙ୍କୁ ଦଳରେ ସାମିଲ କରିଛନ୍ତି ।

ଖବର ଅନୁଯାୟୀ, କିଛି ଦିନ ତଳେ ପ୍ରଦୀପ କଂଗ୍ରେସରୁ ଇସ୍ତଫା ଦେଇଥିବା ବେଳେ ତାଙ୍କ ସହ ଇସ୍ତଫା ଦେଇଥିଲେ ହଜାର ହଜାର ସମର୍ଥକ । ବିଜେଡିରେ ଯୋଗଦାନ କରିବା ନେଇ ପ୍ରଦୀପ ପୂର୍ବରୁ ଘୋଷଣା କରିଥିଲେ ।  ଏହାପରେ ଆଜି ପ୍ରଦୀପ ଓ ତାଙ୍କ ସମର୍ଥକମାନେ ନବରଙ୍ଗପୁର ସହର ଚାଉଁରିଆଗୁଡା ଛକଠାରୁ ଏକ ବିଶାଳ ରାଲିରେ ନବରଙ୍ଗପୁର ସହର ପରିକ୍ରମା କରି ମାଝୀଗୁଡାଠାରେ ପହଞ୍ଚିଥିଲେ । ଏଠାରେ ସେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି ।  ଏହି ମିଶ୍ରଣ ପର୍ବରେ ଅନେକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ରହିଥିଲେ । । ବିଜୁ ବାବୁଙ୍କ ଫଟୋ ଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ କରିବା ପରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦେଇଛନ୍ତି ପ୍ରଦୀପ ମାଝୀ।

   Related Posts