Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କରୋନା ସଂକ୍ରମିତ

19/04/2021 at 11:48 AM

ଭୁବନେଶ୍ବର ୧୯।୪: ରାଜ୍ୟରେ ପୁଣି ଥରେ କାୟା ବିସ୍ତାର କରିବାରେ ଲାଗିଛି କରୋନା । ବିଭିନ୍ନ ନେତାଠୁ ଆରମ୍ଭ କରି ମନ୍ତ୍ରୀ ଯାଏଁ କରୋନାର ଶିକାର ହେବାରେ ଲାଗିଛନ୍ତି । ନିକଟରେ ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କର ମଧ୍ୟ କରୋନା ଯୋଗୁଁ ମୃତ୍ୟୁ ହୋଇଛି । ଏ ଭିତରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି ।

ଟ୍ବିଟ୍ ରେ ପ୍ରଦୀପ୍ତ କୁମାର ନାଏକ ଲେଖିଛନ୍ତି ଯେ, ‘ବାରମ୍ବାର ଟେଷ୍ଟ କରିବା ପରେ ମୋ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ଯେଉଁମାନେ ୫ ଦିନ ହେଲା ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କରୋନା ପରୀକ୍ଷା କରାଇନିଅନ୍ତୁ । ଏହାସହ ନିଜକୁ ସେଲ୍ପ ଆଇସୋଲେସନରେ ରଖିବା ସହ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରନ୍ତୁ ।’

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୬୧୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୪୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୬୩୬୦୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts