Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||
  • ରାଜ୍ୟର ୪ ବରିଷ୍ଠ ଆଇଏଏସଙ୍କୁ ପ୍ରମୋସନ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି
  • ||
  • କୋଟିଆରେ ହେବ ପଞ୍ଚାୟତ ନିର୍ବାଚନ, ୧୩ଟି ବୁଥରେ ମତଦାନ
  • ||

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ପ୍ରମୋଦ କୁମାର ମିଶ୍ର

11/09/2019 at 1:01 PM

ଭୁବନେଶ୍ବର ୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ପ୍ରମୋଦ କୁମାର ମିଶ୍ର । ୧୯୭୨ ବ୍ୟାଚ୍ ର ଗୁଜୁରାଟ କ୍ୟାଡର ଆଇଏଏସ ଅଧିକାରୀ ହେଉଛନ୍ତି ପ୍ରମୋଦ କୁମାର ମିଶ୍ର । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ନୃପେନ୍ଦ୍ର ମିଶ୍ର ଅବସର ନେବା ପରେ ପ୍ରମୋଦ କୁମାର ମିଶ୍ରଙ୍କୁ ଏହି ଗୁରୁ ଦାୟିତ୍ବ ଦିଆଯାଇଛି ।

ପ୍ରମୋଦ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ପ୍ରମୁଖ ସଚିବ ଭାବେ କାର୍ଯ୍ୟରତ ଥିଲେ । ଚଳିତ ବର୍ଷ ଜୁନ୍ ୧୧ତାରିଖରୁ ସେ ଅତିରିକ୍ତ ପ୍ରମୁଖ ସଚିବ ଭାବେ ଦାୟିତ୍ବ ନେଇଥିଲେ । ସେ ପ୍ରଧାନମନ୍ତ୍ରୀଙ୍କ ବିଶ୍ବସ୍ତ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ ।

୧୯୪୮ ମସିହା ଅଗଷ୍ଟ ୧୧ ତାରିଖରେ ସମ୍ବଲପୁରରେ ଜନ୍ମ ଗ୍ରହଣ କରିଥିଲେ ପ୍ରମୋଦ ମିଶ୍ର । ସେ ଅର୍ଥନୀତିରେ ସ୍ନାତକ, ସ୍ନାତକୋତ୍ତର, ପିଏଚଡି ଡିଗ୍ରି ହାସଲ କରିଛନ୍ତି ।

   Related Posts