Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଭେଣ୍ଟିଲେଟରରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ : ତାଙ୍କ ଆରୋଗ୍ୟ କାମନାରେ ପୈତୃକ ଗାଁରେ ଚାଲିଛି ମହାମୃତ୍ୟୁଞ୍ଜୟ ପାଠ

11/08/2020 at 11:58 AM

କୋଲକାତା ୧୧/୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି ଏବଂ ଏହି ସମୟରେ ସେ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଗତ କିଛି ଦିନ ତଳେ ତାଙ୍କର ବ୍ରେନ୍ ସର୍ଜରୀ ହୋଇଥିଲା ଏବଂ ଏବେ ସେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ଏପରି କ୍ଷେତ୍ରରେ ଦେଶର ଭିନ୍ନ ଭିନ୍ନ ସ୍ଥାନରେ ତାଙ୍କ ପାଇଁ ପ୍ରାର୍ଥନା ଜାରି ରହିଛି। ପଶ୍ଚିମବଙ୍ଗରେ ପ୍ରଣବ ମୁଖାର୍ଜୀଙ୍କ ପୈତୃକ ଗାଁ ମିରିଟିରେ ଯଜ୍ଞ ଏବଂ ପୂଜା ଆରମ୍ଭ ହୋଇ ଯାଇଛି।

ପଶ୍ଚିମବଙ୍ଗର ବୀରଭୂମି ଜିଲ୍ଲାରେ ମିରିଟି ଗାଁରେ ଏହି ସମୟରେ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରାଯାଉଛି ଏବଂ ପ୍ରଣବ ମୁଖାର୍ଜୀଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରାଯାଉଛି।

ପ୍ରଣବ ମୁଖାର୍ଜୀ ସୋମବାର ଟ୍ବିଟ୍ କରି ସୂଚନା ଦେଇଥିଲେ ଯେ ସେ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୂର୍ବତନ ରାଷ୍ଟ୍ରପତି ଏବେ ଦିଲ୍ଲୀର ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରଲ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି,ଯେଉଁଠାରେ ତାଙ୍କର ବ୍ରେନ୍ ସର୍ଜରୀ କରାଯାଇଥିଲା। ଏହି ସମୟରେ ତାଙ୍କ କରୋନା ଭାଇରସ୍ ସଂକ୍ରମିତ ହେବାର ସୂଚନା ମିଳିଥିଲା।

   Related Posts