Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ସ୍ଵର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ

30/05/2021 at 8:00 AM

ଭୁବନେଶ୍ୱର ୩୦।୦୫: ମହାରଥୀ ପରିବାରକୁ ଆଉ ଏକ ଦୁଃଖର ବାଦଲ । ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ । ୬୪ବର୍ଷ ବୟସରେ ପ୍ରଣୟଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି ।

ଖବର ଅନୁଯାୟୀ, ପ୍ରଣୟ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇଛି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ରହିଥିଲେ । ରବିବାର ଦିନ ସକାଳୁ ତାଙ୍କର ମୃତ୍ୟୁ ହୋଇଯାଇଛି ବୋଲି ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ମହାରଥୀ ସୂଚନା ଦେଇଛନ୍ତି । ପୁରା ପରିବାରରେ ଦୁଃଖର କଳା ବାଦଲ ପଡ଼ିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ବର୍ଷ ହୋଇଥିଲା ।

   Related Posts