ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ କରୋନା ପଜିଟିଭ୍ ଚିହ୍ନଟ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | October 17, 2020 IST

ଭୁବନେଶ୍ୱର, ୧୭/୧୦:  ରାଜ୍ୟସଭା ସାଂସଦ ତଥା ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।

ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ପଜିଟିଭ୍ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ଯେ, ସାଂସଦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଖବର ପାଇଛନ୍ତି । ଏହାସହ ତାଙ୍କର ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

wp:html /wp:html

ସୂଚନାଯୋଗ୍ୟ, ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୧୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୬୩୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୧୩୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୦୦୧୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.