Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ

19/05/2021 at 9:44 AM

ଭୁବନେଶ୍ୱର ୧୯।୦୫ : ବିଶିଷ୍ଟ ଶିଳ୍ପୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ । କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ପ୍ରଶାନ୍ତ । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ପରଲୋକ ହୋଇଛି । ଏନେଇ ଏମସ୍‌ ସୁପରିଣ୍ଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତିଙ୍କ ସୂଚନା ।

ଖବର ଅନୁଯାୟୀ, ୪୭ବର୍ଷୀୟ ପ୍ରଶାନ୍ତ ଜଣେ ପୂର୍ବତନ ରଣଜୀ ଖେଳାଳୀ ତଥା ବିସିସିଆଇର ମ୍ୟାଚ୍‌ ରେଫରୀ ଥିଲେ । ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ ଖେଳି ସୁନାମ ଅର୍ଜନ କରିଥିଲେ। କିଛି ଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଭୁବନେଶ୍ୱର ସ୍ଥିତ ଏମ୍ସରେ ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ଆଜି ତାଙ୍କର ପରଲୋକ ହୋଇଯାଇଛି ।

ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ ବିଶିଷ୍ଟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ କରୋନାରେ ଆକ୍ରାନ୍ତ ହୋଇ ପରଲୋକ ହୋଇଯାଇଛି । ୧୯୪୩ ମସିହା ମାର୍ଚ୍ଚ ୨୪ରେ ଜନ୍ମ ଗ୍ରହଣ କରିଥିବା ରଘୁନାଥ ମହାପାତ୍ର ପ୍ରସ୍ତର କାରୁକାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହା ପୂର୍ବରୁ ୧୯୬୪ରେ ସେ ଜାତୀୟ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ। ରଘୁନାଥଙ୍କ ବିୟୋଗ ରାଜ୍ୟ ତଥା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି।

   Related Posts