ପ୍ରଶାନ୍ତ ଜଗଦେବ ଏବେ ପାଓ୍ଵାର ଲେସ୍, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦରୁ ହେଲେ ବିଦା

Published By : Prameya-News7 Bureau | September 08, 2021 IST

ଭୁବନେଶ୍ଵର ୦୮।୦୯: ନିଜର ବିଶୃଙ୍ଖଳା ଆଚରଣ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମହଙ୍ଗା ପଡିଛି।  ଦଳରୁ ତ ସସପେଣ୍ଡ ହେଲେ ହେଲେ ଏବେ ହାତରୁ ମଧ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ପଦ ଚାଲିଗଲା। ବାଲୁଗାଁ ଏନଏସି ଅଫିସ ଆଗରେ ଗଣ୍ଡଗୋଳ କରିବା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ସ୍ଵରୂପ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଜଗଦେବଙ୍କୁ ଦଳରୁ ବୁଧବାର ନିଲମ୍ବିତ କରିଛନ୍ତି। ଏଥିସହ ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦରୁ ତାଙ୍କୁ ବହିଷ୍କାର କରିଛନ୍ତି।  

ସୂଚନା ଅନୁଯାୟୀ, ବିଜେପି ନେତା ନିରଞ୍ଜନ ସେଠୀଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ବିଧାୟକ ବାଲୁଗାଁ ଏନଏସି ଅଫିସ ଆଗରେ ମାଡ ମାରିଥିଲେ। ଏ ନେଇ ଜଗଦେବଙ୍କ ବିରୋଧରେ ଥାନାରେ ଅଭିଯୋଗ ହୋଇଥିଲା। ବିଧାୟକଙ୍କ ମାଡ ମରାର ଭିଡିଓ ଭାଇରାଲ ହୋଇଥିବା ବେଳେ ଏ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହା ସହ  ନିରଞ୍ଜନଙ୍କୁ ମାଡ ମରା ନେଇ ବିଜେପି ଶାସକ ବିଜୁ ଜନତା ଦଳକୁ ଟାର୍ଗେଟ୍ କରିଥିଲା। ଏହି କାରଣରୁ ପ୍ରଶାନ୍ତ ଜଗଦେବଙ୍କୁ ବିଜେଡିରୁ ସସପେଣ୍ଡ କରାଯାଇଛି। କେବଳ ଏତିକି ନୁହେଁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦରୁ ତାଙ୍କୁ ବହିଷ୍କାର କରିଛନ୍ତି।   

ସୂଚନାଯୋଗ୍ୟ ଯେ, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ତାଙ୍କର ଆଚରଣ ନେଇ ଅତୀତରେ ଅନେକ ଥର ବିବାଦୀୟ ହୋଇଛନ୍ତି। ତାଙ୍କ ନାଁରେ ମଧ୍ୟ ଉତ୍ସୃଙ୍ଖଳ ଆଚରଣ ନେଇ ଅଭିଯୋଗର ଚର୍ଚ୍ଚା। ଅନେକ ସମୟରେ ହୋଇ ଆସିଛି। ଦଳର ଭାବମୂର୍ତ୍ତି ଦୃଷ୍ଟିରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶେଷରେ  ଗଣେଶ ଜଗଦେବ ଓରଫ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହା ନବୀନ  ସରକାରଙ୍କ ପଞ୍ଚମ ପାଳିରେ ପ୍ରଥମ ବଡ ଆକ୍ସନ ଏବଂ ଦଳରୁ ନିଲମ୍ବିତ ହେବାରେ ପଞ୍ଚମ ପାଳିରେ ପ୍ରଶାନ୍ତ ଜଗଦେବ ପ୍ରଥମ ବିଧାୟକ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.