ମାହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା ଘଟଣା: ପ୍ରତାପ ଜେନା କହିଲେ, ‘ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ’
4/01/2021 at 11:29 AM

ମାହାଙ୍ଗା୪/୧: ମହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବିଧାୟକ ତଥା ଆଇନ୍ମନ୍ତ୍ରୀ ପ୍ରତାପ ଜେନାଙ୍କ ପ୍ରତିକ୍ରିୟା ହସ୍ତଗତ ହୋଇଛି। ସେ କହିଛନ୍ତି ଯେ, ଯେଉଁମାନେ ଏହି ହତ୍ୟାକାଣ୍ଡରେ ସାମିଲ ଅଛନ୍ତି, ସେମାନଙ୍କୁ ଗିରଫ କରି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ବିଜେପି ହେଉଛି ଆମର ବିରୋଧୀ ରାଜନୈତିକ ଦଳ।ସେଥିପାଇଁ ବିଜେପି ରାଜନୈତିକ କାର୍ଯ୍ୟକଳାପ ଚାହୁଁଛୁ।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ସାଲେପୁର ବିଜେପି ପ୍ରଭାରୀ ତଥା ପୂର୍ବତନ ମାହାଙ୍ଗା ବ୍ଲକ ଅଧ୍ୟକ୍ଷ କୁଳମଣୀ ବରାଳଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏଥିସହ ତାଙ୍କ ସହଯୋଗୀ ପଚା ରାଉଳଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ପଚାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଗୋଟିଏ ଦିନରେ ୨ ହତ୍ୟା କରାଯାଇଛି। ପଚା ରାଉଳ ଏବଂ କୁଳମଣୀ ରାଉଳ ଯିବା ବେଳେ ୮/୧୦ ଜଣ ଦୁର୍ବୃତ୍ତ ଅର୍କିତ ଭାବେ ୨ ଜଣଙ୍କୁ ଆକ୍ରମଣ କରି ହତ୍ୟା କରିଥିଲେ।