କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ, MSME ଓ ପଶୁସମ୍ପଦ ରାଷ୍ଟ୍ରମନ୍ତ୍ରୀ ଥିଲେ ବାଲେଶ୍ୱର ସାଂସଦ

Published By : Prameya-News7 Bureau | July 07, 2021 IST

ନୂଆଦିଲ୍ଲୀ ୦୭/୦୭ : କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଛନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ।  MSME  ଓ ପଶୁସମ୍ପଦ ରାଷ୍ଟ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ସୂଚନା ଥାଉକି, କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ବଡ ଧରଣର ଅଦଳବଦଳ ହୋଇଯାଇଛି । ଏହା ମଧ୍ୟରେ କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କୁ ପଦରୁ ହଟାଯାଇଛି ।

ସେ ଦୀର୍ଘ ସମୟ ଧରି ଅସୁସ୍ଥ ରହିବା କାରଣରୁ ତାଙ୍କୁ ମନ୍ତ୍ରି ପଦରୁ ହଟାଯାଉଥିବା କୁହାଯାଉଛି । ଏହା ବ୍ୟତୀତ ମହିଳା ଓ ଶିଶୁ ବିକାଶ ରାଷ୍ଟ୍ର ମନ୍ତ୍ରୀ ଦେବାଶ୍ରୀ ଚୌଧୁରୀ ଓ ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ଵାର ମଧ୍ୟ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । କେବଳ ଏତିକି ନୁହେଁ ସଦାନନ୍ଦ ଗୌଡାଙ୍କୁ ମଧ୍ୟ କ୍ୟାବିନେଟରୁ ଛୁଟି ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.