Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଓଡିଆ ପର୍ବ ପ୍ରଥମାଷ୍ଟମୀ : ଘରେ ଜ୍ୟେଷ୍ଠ ସନ୍ତାନଙ୍କୁ ବନ୍ଦାପନା

27/11/2021 at 7:38 AM

ଭୁବନେଶ୍ୱର,୨୭|୧୧:  ଶନିବାର ପୋଢୁଆଁଷ୍ଟମୀ ବା ପ୍ରଥମାଷ୍ଟମୀ । ମାର୍ଗଶୀର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ‘ପ୍ରଥମାଷ୍ଟମୀ’ ପାଳନ କରାଯାଏ । ଓଡ଼ିଶାର ଏହା ଏକ ପାରମ୍ପରିକ ପର୍ବ । ପ୍ରତ୍ୟେକ ଓଡ଼ିଆ ଘରେ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ କାମନା ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ ।

ପ୍ରଥମ ଜାତ ସନ୍ତାନ, ପୁଅ ବା ଝିଅଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ । ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଜ୍ୟେଷ୍ଠ ସନ୍ତାନ ପ୍ରଥମେ ସ୍ନାନ କରି ନୂତନ ବସ୍ତ୍ର ପିନ୍ଧିଥାନ୍ତି । ଏହା ପରେ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତା’ଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହ ପିତାମାତାଙ୍କୁ ଓ ଗୁରୁଜନମାନଙ୍କୁ ପ୍ରଣାମ କରି ଆଶୀର୍ବାଦ ନିଅନ୍ତି ।

   Related Posts