Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳନ ଅବସରରେ ପୁରୀରେ ପହଞ୍ଚିବ ମଶାଲ ଶୋଭାଯାତ୍ରା, ସ୍ୱାଗତ ପାଇଁ ଜିଲ୍ଲାପାଳଙ୍କ ବୈଠକ

28/10/2021 at 10:55 PM

ପୁରୀ, ୨୮/୧୦: ଚଳିତ ବର୍ଷ ଭାରତୀୟ ସେନା ଏହାର ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳନ କରୁଛି । ୧୯୭୧ ମସିହାରେ ଭାରତ- ପାକିସ୍ତାନ ଯୁଦ୍ଧରେ ଭାରତ ବିଜୟ ଲାଭ କରିବା ସହ ବଙ୍ଗଳାଦେଶ ଗଠନ ନେଇ ସ୍ମୃତି ଉଦ୍ଦେଶ୍ୟରେ ଆସନ୍ତା ଡିସେମ୍ବର ୧୬ ତାରିଖକୁ ଦେଶ ବିଜୟ ଦିବସ ଭାବେ ପାଳନ କରିଥାଏ । ଚଳିତ ଥର ଏହି ବିଜୟର ୫୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ପ୍ରତ୍ୟେକ ଭାରତୀୟଙ୍କ ମନରେ ଅସ୍ମିତା ଭରିଦେବା ନିମନ୍ତେ ଭାରତୀୟ ସେନା ପକ୍ଷରୁ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳନ ସହ ସ୍ବର୍ଣ୍ଣିମ ବିଜୟ ମଶାଲ ଯାତ୍ରା କରାଯାଉଛି । 

ଏହି ଉଦ୍ଦେଶ୍ୟରେ ଗତ ଅକ୍ଟୋବର ୨୦ ତାରିଖରୁ ୭ ନଭେମ୍ବର ମଧ୍ୟରେ ଓଡିଶାରେ ସ୍ବର୍ଣ୍ଣିମ ବିଜୟ ମଶାଲ ଯାତ୍ରା କରାଯାଉଛି ଓ ଏହି ବିଜୟ ମଶାଲ ନଭେମ୍ବର ୫ ତାରିଖରେ ପୁରୀରେ ପହଞ୍ଚିବ । ଏହି ବିଜୟ ମଶାଲକୁ ଆଡମ୍ବର ସହ ପୁରୀରେ ସ୍ବାଗତ କରାଯିବ । ଏଥିନିମନ୍ତେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବା ସହ ବିଭିନ୍ନ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି  । ଆସନ୍ତା ୫ ତାରିଖ ସକାଳ ସମୟରେ ବ୍ଲୁ ଫ୍ଲାଗ ବିଚରେ ବାଲୁକା କଳା ସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏହାପରେ ଏହାକୁ ସାମନ୍ତ ଚନ୍ଦ୍ରଶେଖର ସ୍ବଂୟଶାସିତ ମହାବିଦ୍ୟାଳୟ ପରିସରରେ ସ୍ବାଗତ କରାଯିବ । ଏଠାରେ ବିଭିନ୍ନ କାର୍ଯ୍ୟକ୍ରମ ସହ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ । ହାଇସ୍କୁଲ ପିଲା ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯିବ । ଏନସିସି, ରେଡକ୍ରସ ଓ ଏନଏସଏସ ସ୍ବେଚ୍ଛାସେବୀ ସାମିଲ ହେବେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁଙ୍କୁ ନୋଡାଲ ଅଫିସର ଭାବେ ଦାୟିତ୍ବ ଦିଆଯାଇଛି । ଉତ୍ସବ ପାଳନ ନିମନ୍ତେ ଆବଶ୍ୟକୀୟ ପାଣ୍ଠି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯିବ । 

ଏହି ଅବସରରେ ଡିଏଫଓ ଶ୍ରୀ ପି. ରାମାସ୍ବାମୀ, ସାମନ୍ତ ଚନ୍ଦ୍ରଶେଖର ସ୍ବଂୟଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷା ଡଃ ସୁଜାତା ମିଶ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମିହିର କୁମାର ପଣ୍ତା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀ ସରୋଜକାନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts