Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଅବପାତର ରୂପ ନେଲା ଲଘୁଚାପ, ୭ ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

12/09/2021 at 6:08 PM

ଭୁବନେଶ୍ୱର, ୧୨/୦୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ହୋଇଛି । ଅବପାତର ରୂପ ନେବା ପରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରୀ ରହିଛି ।  ଏନେଇ ୭ ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରୀ କରାଯାଇଥିବା ବେଳେ ୬ ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ସେପଟେ  ସ୍ମାର୍ଟସିଟି ଭୁବନେଶ୍ୱରରେ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ପାଣି ଲହଡି ମାରୁଛି । ଅନ୍ୟପଟେ ଚଳିତ ବର୍ଷର ଏହା ହେଉଛି ସବୁଠାରୁ ବଡ଼ ଲଘୁଚାପ ବୋଲି ପାଣିପାଗ ଵିଶେଷଜ୍ଞ ମତ ଦେଇଛନ୍ତି ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ସାରା ରାଜ୍ୟ ବର୍ଷାରେ ଭିଜୁଛି । ଆସନ୍ତା ୩ ଦିନ ଯାଏଁ ଓଡ଼ିଶାରେ ବର୍ଷା ଜାରୀ ରହିବ । ଏନେଇ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରାଯାଇଛି ।   ପୁରୀ, ଖୋର୍ଦ୍ଧା, କଟକ , ଜଗତସିଂହପୁର,କେନ୍ଦ୍ରାପଡା, କଟକ, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମସ୍ତ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଗଂଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରାଯାଇଥିବା ବେଳେ କଳାହାଣ୍ଡି ,ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ ହୋଇଛି ।

ଏଥିସହିତ ସମୁଦ୍ରପତନରେ ପବନର ବେଗ ୫୫-୬୫ ହୋଇପାରେ । ଏନେଇ ମତ୍ସ୍ୟଜିବିଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ ହୋଇଛି । ସେପଟେ ଲଘୁଚାପ ଜନିତ ବର୍ଷାରେ ବେହାଲ ହୋଇଛି ରାଜଧାନୀ ଭୁବନେଶ୍ୱର । ତେବେ ବିଭିନ୍ନ ସ୍ଥାନରେ ପାଣି ଜମୁଥିବା ବେଳେ ରାଜ୍ୟରେ ଆକସ୍ମିକ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଜି ଉପକୂଳ ଏବଂ ଆସନ୍ତାକଲି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସ୍ଥିତି ଉପୁଜିବ । ରାଜ୍ୟର ଅନେକ ସ୍ଥାନରେ ଯଥେଷ୍ଟ ପରିମାଣର ବର୍ଷା ହେବା ସହ  ରାଜ୍ୟରେ ନିଅଣ୍ଟିଆ ବର୍ଷାକୁ ସାମାନ୍ୟ ଭରଣ  କରିବାରେ ସହାୟକ ହେବ । ସେପଟେ ଚଳିତ ବର୍ଷ ଏହି ଲଘୁଚାପଟି ସବୁଠାରୁ ବଡ଼ ଲଘୁଚାପ ବୋଲି ମତ ରଖିଛନ୍ତି ବରିଷ୍ଠ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ  ପଶୁପାଳକ ।

ଆସନ୍ତାରେ ୧୮ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ରାଜ୍ୟ ଉପରେ ସେତେଟା ପ୍ରଭାବ ପକାଇବ ନାହିଁ ବୋଲି ପାଣିପାଗ ବୈଜ୍ଞାନିକ କହିଛନ୍ତି ।

   Related Posts