କେମିତି କଟିବ ମଙ୍ଗଳବାର ? ଦେଖନ୍ତୁ ଜାନୁଆରୀ ୫’ର ରାଶିଫଳ

Published By : Prameya-News7 Bureau | January 04, 2021 IST

ମେଷ – ଆଜି ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ଚନ୍ଦ୍ରମଙ୍ଗଳଙ୍କ ସଂଯୋଗରୁ ଭଲ ରହିବ । ଯାନବାହନ ଚଳାଚଳରେ, ଆଲୋଚନା କ୍ଷେତ୍ରରେ ଓ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିମାନର ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ବୃଷ – ଅଭାବ ଅସୁବିଧାବଶତଃ ଧାରକାରଜ କରି ଆବଶ୍ୟକତା ଚଳାଇ ନେବେ । ଅପ୍ରିୟ ସତ୍ୟ କହି ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍ ବୁଝାମଣାର ଶିକାର ହେବେ । କୌଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ - ଟିକିଏ ଧୈର୍ଯ୍ୟଧରି ରହିପାରିଲେ କାର୍ଯ୍ୟସିଦ୍ଧି ଘଟିବ । ବନ୍ଧୁଙ୍କ ପରାମର୍ଶରେ ନୂତନ ଭାବେ କିଛିଟା ଆରମ୍ଭ କରି ଏକପ୍ରକାର ଆତ୍ମତୃପ୍ତି ଲାଭ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ – ଆଜି ଆପଣଙ୍କ ବନ୍ଧୁଙ୍କୁ ମାଧ୍ୟମ କରି ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । କୌଣସି ମୂଲ୍ୟବାନ ଜିନିଷ କିଣାବିକାକୁ କେନ୍ଦ୍ର କରି ଟଣାଓଟରା ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଅନ୍ୟମାନଙ୍କ ଟେକାଟେକି କଥାରେ ଉତ୍‌ଫୁଲ୍ଲିତ ହୋଇ କାମ କଲେ ଅସୁବିଧାରେ ପଡିପାରନ୍ତି । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧା ଆଶାନୁରୂପ ଅବଶ୍ୟ ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା – ପାରିବାରିକ କ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ହିଁ ସମସ୍ୟାକୁ ବଢାଇ ଦେଇପାରେ । ପ୍ରିୟ ବ୍ୟକ୍ତିଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ଉପକୃତ ହେବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ଆପଣ ପାଟି ଖୋଲିଲେ ସହାୟତା କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ଅତୀତ ଘଟଣା, ଆର୍ଥିକ ଦୁରବସ୍ଥା ଓ ସାମାନ୍ୟ ଶାରୀରିକ ପୀଡା ରହିବ, କିନ୍ତୁ କାମ ଅଟକିବ ନାହିଁ । ଆକସ୍ମିକ ଭାବେ ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ । ଅନ୍ୟମନସ୍କ ତାରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ସାମାଜିକ ସ୍ତରରେ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ଧନୁ – ଆଜି କର୍ମକ୍ଷେତ୍ରରେ ପ୍ରତିବନ୍ଧକ ମଧ୍ୟରେ କାମ ହାସଲ କରିବାକୁ ପଡିବ । ଅନ୍ୟମାନଙ୍କ କଥାକୁ ସତ ମନେ କରି ପଦାଧିକାରୀ ଆପଣଙ୍କ ଉପରେ କ୍ରୋଧ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।


ମକର – ସାଧାରଣ କଥାରେ ତର୍କବିତର୍କଜନିତ ପରିବାରରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବେଯାଗୁ ବିଚଳିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ - ଆଜି ଦିନଟିରେ ବନ୍ଧୁଙ୍କ ସହ-ଯୋଗ ଆଶା ନିରର୍ଥକ ହେବ ନାହିଁ । ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ କର୍ମାରମ୍ଭ କରିପାରନ୍ତି । ସାମାଜିକ ସ୍ତରରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ - ଆଜି ଆକସ୍ମିକ ଭାବରେ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ । ପଡୋଶୀ ନିଆଁରେ ଘିଅ ଢାଳିଲା ଭଳି କଥା କହି ପରିସ୍ଥିତିକୁ ବଢାଇ ଦେଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.