Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ନାବାଳିକା ଝିଅ ଗର୍ଭବତୀ, ସାବତ ମା’ର ଷଡଯନ୍ତ୍ରକୁ ଦାୟୀ କଲେ ବାପା : ଝିଅ ସହ ଆସି ଏସ୍‌ପିଙ୍କୁ କଲେ ଗୁହାରି

16/11/2020 at 4:15 PM

ଭଦ୍ରକ ୧୬।୧୧: ନ୍ୟାୟ ପାଇଁ ଏସପିଙ୍କ ଦ୍ବାରସ୍ଥ ହେଲେ ଗର୍ଭବତୀ ନାବାଳିକା । ଅଭିଯୁକ୍ତକୁ ଗିରଫ ଦାବି ଦାବିରେ ଏସପିଙ୍କୁ ଭେଟିଛନ୍ତି ପୀଡିତା ନାବାଳିକା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ତିହିଡି ଥାନା ଅଞ୍ଚଳରେ ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ତିହିଡି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ମା’ଙ୍କ ମୃତ୍ୟୁ ପରେ ବାପା ଦ୍ଵିତୀୟ ବିବାହ କରିଥିଲେ । ଝିଅ ସାବତ ମା’ ନିକଟରେ ରହୁଥିଲେ । ବାପା ଦୀର୍ଘ ଦିନ ହେବ ବାହାରେ ରହି କାମ କରୁଥିଲେ । ଘରକୁ ଆସିଥିବା ବେଳେ ନାବାଳିକା ଝିଅଟି ଗର୍ଭବତୀ ଥିବା ଜାଣିବାକୁ ପାଇଥିଲେ । ତେବେ ଗର୍ଭବତୀ ନାବାଳିକାଙ୍କ ବାପା ତିହିଡି ଥାନାରେ ଏନେଇ ଏତଲା ଦେଇଥିଲେ । ତାଙ୍କ ଝିଅ ଗର୍ଭବତୀ ହେବା ଘଟଣାରେ ଦ୍ଵିତୀୟ ସ୍ତ୍ରୀଙ୍କ ସହ ଗାଁର ଦୁଇ ଜଣ ଯୁବକଙ୍କ ସମ୍ପୃକ୍ତି ଥିବା ଅଭିଯୋଗ କରିଛନ୍ତି । ତେବେ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନଥିବାରୁ ନାବାଳିକା ଝିଅ ସହ ବାପା ଭଦ୍ରକ ଏସପିଙ୍କୁ ଭେଟି ଅଭିଯୋଗ ଜଣାଇଛନ୍ତି । ତେବେ ନାବାଳିକା ଝିଅକୁ ଶିଶୁ ମଙ୍ଗଳ କମିଟିରେ ହାଜର କରାଯାଇଛି ।

   Related Posts