Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଜନନୀ ଯନ୍ତ୍ରଣା, ଷ୍ଟ୍ରେଚରରେ କନ୍ୟା ସନ୍ତାନ ଜନ୍ମ ଦେଲେ ପ୍ରସୂତୀ

11/03/2021 at 5:16 PM

କୋରାପୁଟ ୧୧।୩: ଜନନୀ ସୁରକ୍ଷା ଯୋଜନାରେ ଆମ୍ବୁଲାନ୍ସ, ବାଇକ୍ ଆମ୍ବୁଲାନ୍ସଠାରୁ ଆରମ୍ଭ କରି ମା’ ଘର ପର୍ଯ୍ୟନ୍ତ ଭଳିକି ଭଳି ଯୋଜନା ରହିଛି । କିନ୍ତୁ ଜଣେ ଗର୍ଭବତୀ ମହିଳାଙ୍କୁ ଗ୍ରାମବାସୀ ଷ୍ଟ୍ରେଚରରେ ବୋହି ଆଣୁଥିବା ବେଳେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି । ଏଭଳି ଘଟଣା କୋରାପୁଟ ଜିଲ୍ଲାର ଅପହଞ୍ଚ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ସୂଚନାଯୋଗ୍ୟ ଯେ, କୋରାପୁଟ  ବ୍ଲକ୍ ଅନ୍ତର୍ଗତ ହାଟସୁକୁ ପଂଚାୟତର ମାଳିଗୁଡା ଗ୍ରାମର ରଇଲା ଗୌଡ଼ଙ୍କ ପ୍ରସବ ବେଦନା ହେବା ପରେ ପରିବାର ଲୋକେ ୧୦୮କୁ ଫୋନ୍ କରିଥିଲେ ।  କିନ୍ତୁ ଗାଁକୁ ରାସ୍ତା ନଥିବା ଯୋଗୁଁ ଏହି ଆମ୍ବୁଲାନ୍ସଟି ଗାଁଠାରୁ ତିନି କିଲୋମିଟର ଦୂରରେ ଅଟକି ଯାଇଥିଲା । ଫଳରେ ଗ୍ରାମବାସୀ ରଇଲାଙ୍କୁ ଏକ ଷ୍ଟ୍ରେଚରରେ ଗାଁରୁ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ବୋହି ନେଇଥିଲେ । ତେବେ ଷ୍ଟ୍ରେଚରରେ ଥିବା ବେଳେ ହିଁ ରଇଲା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଖବର ଏବେ ଚର୍ଚ୍ଚାରେ। ନନ୍ଦପୁର ସ୍ଥିତ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ମା’ ଓ ନବଜାତ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ରହିଛି ।

   Related Posts