ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀଙ୍କୁ ଅଟକ ରଖି ପୋଲିସର ପଚରାଉଚରା

Published By : Prameya-News7 Bureau | August 05, 2020 IST

ବଲାଙ୍ଗିର ୫।୮: ବଲାଙ୍ଗିରରେ ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ରାଧାରାଣୀ ପଡାର ଆନନ୍ଦିନୀ ବାରିକ୍ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

wp:gallery {"ids":[310019]} /wp:gallery

ମହିଳାଙ୍କ ମୃତ୍ୟୁ କେଉଁ କାରଣରୁ ହୋଇଛି ତାହା ଜଣାପଡିନାହିଁ । ଘରେ ତାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖି ପୋଲିସକୁ ଖବର ଦିଆଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ମୃତ ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖି ପଚାଉଚରା କରୁଛି ଟାଉନ ଥାନା ପୋଲିସ । ତଦନ୍ତ ପରେ ପ୍ରକୃତ ସତ ଜଣାପଡିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.