Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଘର ଭିତରୁ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ସ୍ଵାମୀ ଅଟକ

17/09/2021 at 4:54 PM

ବଡବିଲ ୧୭।୯: ଘର ଭିତରୁ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ହତ୍ୟା ସନ୍ଦେହରେ ସ୍ଵାମୀଙ୍କୁ ଥାନାରେ ଅଟକ ରଖିଛି ପୋଲିସ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ରୂପା ସାହିରେ ।  

ସୂଚନାଯୋଗ୍ୟ ଯେ, ଗୁରୁବାର ସେହି ଗ୍ରାମର ସୁରୁ କାରୁଆଙ୍କ ଘର ଭିତରୁ ଦୁର୍ଗନ୍ଧ ବାହାରିବାରୁ ଗ୍ରାମବାସୀଙ୍କ ସନ୍ଦେହ ହୋଇଥିଲା । ଏନେଇ ସେମାନେ ଯୋଡ଼ା ପୋଲିସକୁ ସୂଚନା ଦେଇଥିଲେ । ଯୋଡ଼ା ପୋଲିସ ସେଠାରେ ପହଞ୍ଚିବା ପରେ ଜଣାପଡ଼ିଥିଲା ଯେ, ଘର ଭିତରେ ସୁରୁ କାରୁଆଙ୍କ ବୋହୂ ସୁନୀତା କାରୁଆଙ୍କ ମୃତଦେହ ପଡ଼ି ରହିଛି ଏବଂ ସେଥିରୁ ପ୍ରବଳ ଦୁର୍ଗନ୍ଧ ବାହାରୁଛି । ୩ରୁ ୪ଦିନ ପୂର୍ବେ ସୁନୀତାଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରୁଛି ପୋଲିସ । ଶୁକ୍ରବାର ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ମୃତକର ସ୍ଵାମୀ ସୁରେନ୍‌ କାରୁଆକୁ ଥାନାରେ ଅଟକ ରଖି ପଚରା ଉଚୁରା ଚଳାଇଛି ପୋଲିସ । ତେବେ କେଉଁ ପରିସ୍ଥିତିରେ ସୁନୀତାଙ୍କର ମୃତ୍ୟୁ ଘଟିଲା ଏବଂ ଏହା ହତ୍ୟାକାଣ୍ଡ ନା ଆଉ କିଛି କାରଣ ରହିଛି ସେନେଇ ଖୋଳତାଡ଼ ଚଳାଇଛି ପୋଲିସ୍ ।

ସୁରେନଙ୍କ ପ୍ରଥମ ପତ୍ନୀଙ୍କ ମୃତ୍ୟୁ ପରେ ସେ ସୁନୀତାଙ୍କୁ ବିବାହ କରିଥିଲେ । ସେ ତାଙ୍କ ବାପା ଓ ପତ୍ନୀଙ୍କ ସହ ଏହି ଘରେ ରହି ଆସୁଥିଲେ । ସେପଟେ ବାପା ସୁରୁଙ୍କ କହିବା ଅନୁଯାୟୀ, ପୁଅ-ବୋହୂ ଅଧିକାଂଶ ସମୟରେ ମଦ୍ୟପାନ କରି ମାଡ଼ପିଟ ହୁଅନ୍ତି । ତେବେ ସୁନୀତାଙ୍କ ମୃତ୍ୟୁ କିପରି ଘଟିଲା ତାହା ସେ ଜାଣିନାହାନ୍ତି ବୋଲି କହିଛନ୍ତି । ସେପଟେ ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି । ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁ ପଛର କାରଣ ସ୍ପଷ୍ଟ ହୋଇପାରିବ ବୋଲି କହିଛି ପୋଲିସ ।

   Related Posts