Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ପୁଣି ଜନନୀ ଯନ୍ତ୍ରଣା : ଗାଁକୁ ପହଞ୍ଚି ପାରିଲାନାହିଁ ଆମ୍ବୁଲାନ୍ସ, ୨ କି.ମି. ଚାଲିଲେ ପ୍ରସୂତୀ

18/10/2021 at 1:21 PM

ତେଲକୋଇ ୧୮।୧୦: କେନ୍ଦୁଝର ଜିଲ୍ଲାରେ ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ଭଲ ରାସ୍ତା ନଥିବାରୁ ପହଞ୍ଚି ପାରିଲାନାହିଁ ଆମ୍ବୁଲାନ୍ସ। ଫଳରେ ୨ କିଲୋମିଟର ଚାଲିଲେ ଗର୍ଭବତୀ । ଅବସ୍ଥା ଗୁରୁତର ଥିବାରୁ ଗର୍ଭବତୀଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକରେ ।  

ହରିଚନ୍ଦନପୁର ବ୍ଲକ୍ ଟାଙ୍ଗିରିଆପାଳ ପଞ୍ଚାୟତ ଗାଧୁଆଁ ଗ୍ରାମର ମାମୁଲିକା ସାହିର ରମେଶ ନାୟକଙ୍କ ସ୍ତ୍ରୀ ପଦ୍ମାବତୀଙ୍କର ପ୍ରସବ ବେଦନା ଆରମ୍ଭ ହୋଇଥିଲା ।  ଆମ୍ବୁଲାନ୍ସକୁ ଖବର ଦିଆଗଲା କିନ୍ତୁ ଗାଁକୁ ରାସ୍ତା ନଥିବାରୁ ଆମ୍ବୁଲାସ ପହଞ୍ଚି ପାରିଲା ନାହିଁ ।  ଫଳରେ କିଛି ସାମାଜିକ କର୍ମୀଙ୍କ ସହାୟତାରେ ପ୍ରଥମେ ପଦ୍ମାବତୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ ପାଖକୁ ନେବା ପାଇଁ ଚେଷ୍ଟା କରାଯାଇଥିଲା । ରାସ୍ତା ଉବଡ ଖବଡ ଥିବାରୁ ଖଟିଆରେ ବୋହି ନେବା ମଧ୍ୟ ସମ୍ଭବ ନହେବାରୁ, ଗର୍ଭବତୀ ପଦ୍ମାବତୀଙ୍କୁ ୨ କିଲୋମିଟର ଚଲାଇ ଆମ୍ବୁଲାନ୍ସ ପାଖକୁ ନିଆଯାଇଥିଲା ଓ ସେଠାରୁ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚା ଯାଇଥିଲା। ତେବେ ପଦ୍ମାବତୀଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

   Related Posts