Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଖୋଲିବ ସ୍କୁଲ, ସଜେଇ ହେଉଛି ଶ୍ରେଣୀଗୃହ : ଛାତ୍ରଛାତ୍ରୀଙ୍କ ପାଠପଢା ସହ ଯତ୍ନବାନ ହେବେ ଶିକ୍ଷକ

24/07/2021 at 3:06 PM

ଭଦ୍ରକ ୨୪/୭: କୋଭିଡ଼ କଟକଣା ପାଇଁ ଦୀର୍ଘ ଦିନ ହେବ ବନ୍ଦ ରହିଥିଲା ସ୍କୁଲ । ଅନଲାଇନରେ ଚାଲିଥିଲା ପାଠ ପଢା । ଏବେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ତରଫରୁ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ଵାଦଶ ଶ୍ରେଣୀ ଖୋଲିବା ନେଇ ବିଜ୍ଞପ୍ତି ପ୍ରକାଶ ପରେ ଭଦ୍ରକ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଗୁଡିକରେ ସଫେଇ ସହ ଅନ୍ୟାନ୍ୟ ପ୍ରସ୍ତୁତି ଆରମ୍ଭ ହେଲାଣି ।

ବିଦ୍ୟାଳୟ ଗୁଡିକୁ ସଫା କରିବା ସହ ସାନିଟାଇଜ କରାଯାଉଛି । ତେବେ କେତେକ ସ୍କୁଲରେ ଆଇସୋଲେସନ ଶ୍ରେଣୀ ଗୃହ ମଧ୍ୟ ବ୍ୟବସ୍ଥା କରାଯାଇଛି । ତେବେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ନେଇ ସ୍ୱତନ୍ତ୍ର ଭାବେ ଦାୟିତ୍ୱ ନେବେ ଶିକ୍ଷକ ଓ ଶିକ୍ଷୟତ୍ରୀ ।

ପିଲା ନିଜେ ପିଇବା ପାଣି ବୋତଲ ନିଜ ସାଙ୍ଗରେ ଆଣିବା ସହ ସାମାଜିକ ଦୂରତାରେ ବସିବା ନେଇ ସଚେତନ କରାଯିବ । ଖାଦ୍ୟ ଖାଇବା ବେଳେ ନିଜ ଖାଦ୍ୟ ଅନ୍ୟକୁ ପ୍ରଦାନ କରିବେ ନାହିଁ । ସ୍କୁଲ ତରଫରୁ ସାନିଟାଇଜର ଓ ହ୍ୟାଣ୍ଡୱାସ ଯୋଗାଇ ଦିଆଯିବ । ତା ସହ କରୋନା ସଚେତନତା ପାଇଁ ଶିକ୍ଷକ ଶିକ୍ଷୟତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେବେ ବୋଲି କହିଛନ୍ତି ।

   Related Posts