Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଓଡିଶାରେ ପ୍ରଭାବ ପକାଇବ କି ‘ୟଶ୍’ ? ସମ୍ଭାବ୍ୟ ବାତ୍ୟାକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି

20/05/2021 at 1:15 PM

ଭଦ୍ରକ ୨୦।୫: ସମ୍ଭାବ୍ୟ ବାତ୍ୟାକୁ ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦ୍ଦେଶରେ ଏକ ଜରୁରୀ ବୈଠକ ଭଦ୍ରକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଜିଲ୍ଲାପାଳ । ଭଦ୍ରକ ଜିଲ୍ଲାର ସମୁଦ୍ର ଉପକୂଳବର୍ତ୍ତୀ ଚାନ୍ଦବାଲି, ବାସୁଦେବପୁର ଏବଂ ଧାମରା ଉପକୂଳରେ ବାତ୍ୟା ପ୍ରକୋପକୁ ଦୃଷ୍ଟିରେ ରଖି ଏହି ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ବ ଦିଆଯାଇଛି ।

ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଲୋକଙ୍କୁ ସତର୍କ ରହିବାକୁ ଏବଂ ଆବଶ୍ୟକ ସ୍ଥଳେ ନିରାପଦ ସ୍ଥାନକୁ ଚାଲିଯିବାକୁ ପରାମର୍ଶ ଦିଆଯିବ ବୋଲି ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା ହୋଇଥିଲା ବୋଲି ସୂଚନା ମିଳିଛି । ଏଥିସହ ଉପକୂଳ ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟସ୍ଥଳୀମାନଙ୍କରେ ସମସ୍ତ ଆନୁସଙ୍ଗୀକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା । ଆବଶ୍ୟକ ପଡିଲେ ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ ବୋଲି ସୂଚନା ଦେଇଛନ୍ତି ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍ ଖୋଲାଯିବାର ବ୍ୟବସ୍ଥା ହେବାକୁ ଥିବା ଜିଲ୍ଲାପାଳ କହିଛନ୍ତି ।

ବର୍ତ୍ତମାନ ବାତ୍ୟାର ଗତିବିଧି ଉପରେ ସମ୍ପୂର୍ଣ୍ଣ ନଜର ରଖାଯାଇଛି । କିନ୍ତୁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ ବୈଠକରେ ଆଲୋଚନା କରିଛନ୍ତି । ବିଶେଷ କରି ବାତ୍ୟା ଆଶ୍ରୟସ୍ଥଳମାନଙ୍କରେ ବିଦ୍ୟୁତ ସରବରାହ, ପାନୀୟଜଳ ଯୋଗାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

   Related Posts