Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

27/09/2019 at 2:31 PM

ଭୁବନେଶ୍ବର ୨୭।୯: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବିମାନବନ୍ଦରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଛନ୍ତି । ଭୁବନେଶ୍ବର ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ନିକଟ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ଓହ୍ଲାଇବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ଗୋଳାବନ୍ଧ ଆର୍ମି ଏଡ କଲେଜକୁ ଯାଇ ରାତ୍ରିଯାପନ କରିବେ ।

ଶନିବାର ଆର୍ମି ଏୟାର ଡିଫେନ୍ସ କଲେଜର ୨୫ ବର୍ଷ ପୂର୍ତ୍ତି ଅବସରରେ ଯୋଗ ଦେଇ ଆର୍ମି ଏୟାର ଡିଫେନ୍ସ କର୍ପକୁ ସମ୍ମାନଜନକ ପ୍ରେସିଡେନ୍ସ କର୍ଲସ ପ୍ରଦାନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ରଙ୍ଗେଇଲୁଣ୍ଡା ଏୟାର୍ ଷ୍ଟ୍ରିପକୁ ତନ୍ନ ତନ୍ନ କରି ଯାଞ୍ଚ କରାଯାଇଛି । ରଙ୍ଗେଇଲୁଣ୍ଡା ଏୟାର୍ ଷ୍ଟ୍ରିପ୍ ଠାରୁ ଆର୍ମି ଏଡ୍ କଲେଜ୍ ମୁଖ୍ୟ ଫାଟକ ରାସ୍ତା ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ୧୨ ପ୍ଳାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

   Related Posts