Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଓଡିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

24/11/2019 at 3:47 PM

ଭୁବନେଶ୍ବର ୨୪।୧୧: ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଡିସେମ୍ବର ୮ରେ ଭୁବନେଶ୍ବର ଆସିବେ ରାଷ୍ଟ୍ରପତି । ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଅବସରରେ ଆୟୋଜିତ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ସହ ଉତ୍ସବରେ ରାଜ୍ୟପାଳ ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି । ଅନ୍ୟପଟେ ଆଜିର ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଛନ୍ତି ।

ସୂଚନାଯେଗ୍ୟ ଯେ, ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ପାଳିତ ହେଉଛି । ୭୫ବର୍ଷ ପୂରଣ କରି ୭୬ ବର୍ଷରେ ପାଦ ଥାପିଛି ଉତ୍କଳ ବିଶ୍ବବିଦ୍ୟାଳୟ । ଏଥିପାଇଁ ୫ ଦିନ ବ୍ୟାପୀ ବିଶ୍ବବିଦ୍ୟାଳୟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଗତକାଲି ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲିକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଆଜି ହେଉଛି ପ୍ଲାଟିନମ୍‌ ଜୁବୁଲିର ଦ୍ବିତୀୟ ଦିନ। ଆଜି ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।

   Related Posts