Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଆଜି ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପାଇକ ବିଦ୍ରୋହ ସ୍ମୃତି ସ୍ତମ୍ଭର ଶିଳାନ୍ୟାସ ସହ ଉତ୍କଳ ବିଶ୍ବବିଦ୍ୟାଳୟ ପ୍ଲାଟିନମ୍ ଜୁବୁଲି ଉଦ୍‌ଯାପନୀ ଉତ୍ସବରେ ଦେବେ ଯୋଗ

7/12/2019 at 7:12 AM

ଭୁବନେଶ୍ବର ୭।୧୨: ଆଜିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସନ୍ଧ୍ୟା ସାଢେ ୭ଟାରେ ରାଷ୍ଟ୍ରପତି ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ସିଧା ରାଜଭବନ ଯିବେ । ରାଜଭବନରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ।

ଆସନ୍ତାକାଲି ଦିନ ୧୦ଟା ୧୦ରେ ରାଷ୍ଟ୍ରପତି ହେଲିକପ୍ଟର ଯୋଗେ ଖୋର୍ଦ୍ଧା ଗୋଶାଳା ପଡ଼ିଆରେ ଅବତରଣ କରିବେ । ସେଠାରୁ ସଡ଼କ ପଥରେ ସଭାସ୍ଥଳକୁ ଯିବେ । ବରୁଣେଇ ପାହାଡ଼ ପାଦ ଦେଶରେ ଥିବା ପାଇକ ବିଦ୍ରୋହ ସ୍ମୃତିସ୍ତମ୍ଭର ଶିଳାନ୍ୟାସ କରିବେ । ବରୁଣେଇ କାର୍ଯ୍ୟକ୍ରମ ସାରି ରାଷ୍ଟ୍ରପତି ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉଦଯାପନୀ ଉତ୍ସବରେ ମଧ୍ୟ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି ।

ସେପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୬୦ ପ୍ଲାଟୁନ ପୋଲିସ ଫୋର୍ସ ସହ ଡଗ୍ ସ୍କ୍ବାର୍ଡ ଓ ବମ୍ ସ୍କ୍ବାର୍ଡ ମଧ୍ୟ ସାମିଲ ହେବେ ।

   Related Posts