Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଓଡିଶା ଆସିବେ ରାଷ୍ଟ୍ରପତି, ୨ଦିନିଆ ଗସ୍ତରେ ଆସୁଛନ୍ତି ମହାମହିମ

8/03/2021 at 11:21 AM

ଭୁବନେଶ୍ୱର ୦୮।୦୩:  ଓଡିଶା ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ୨୧ରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶା ଆସିବେ ରାଷ୍ଟ୍ରପତି ।

ଖବର ଅନୁଯାୟୀ, ଆସନ୍ତା ୨୧ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ।ଗସ୍ତ ସମୟରେ  ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି ।ତେବେ ଏହି ଗସ୍ତରେ ରାଉରକେଲା NIT ସମାବର୍ତ୍ତନ ଉତ୍ସବ ସହ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବେ ମହାମହିମ ।

୨୨ ତାରିଖରେ ରାଷ୍ଟ୍ରପତିଙ୍କ କୋଣାର୍କ ଗସ୍ତ କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି । ରାଷ୍ଟ୍ରପତି ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ କୋର୍ଣାର୍କ ମନ୍ଦିର ପରିଦର୍ଶନ କରିବେ ରାମନାଥ କୋବିନ୍ଦ । ରାଉରକେଲା NIT ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତିଙ୍କ ସହ କେତେକ କେନ୍ଦ୍ରମନ୍ତ୍ରୀ ଯୋଗାଦେବାର କାର୍ଯ୍ୟକ୍ରମ ରହିଛି।

   Related Posts