Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ମନୀଷ ମୃତ୍ୟୁ ମାମଲା: ଆସିଲା ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ, ଶ୍ବାସରୁଦ୍ଧ ଯୋଗୁଁ ହୋଇଛି ମୃତ୍ୟୁ

12/10/2021 at 2:51 PM

ଭୁବନେଶ୍ବର ୧୨/୧୦ : ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲାର ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟରେ ଶ୍ବାସରୁଦ୍ଧ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ଦର୍ଶାଯାଇଛି । ଦିନେ ଦୁଇ ଦିନରେ ଫାଇନାଲ ପୋଷ୍ଟମର୍ଟମ ରିପୋର୍ଟ ଆସିବ । ତେବେ ମନୀଷଙ୍କୁ ଅପହରଣ କରାଯାଇଥିବା ନେଇ ପୋଲିସ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରମାଣ ପାଇନାହିଁ ।

ଏହା ଏକ ହତ୍ୟାକାଣ୍ଡ କିମ୍ବା ଏହା ପଛରେ ଆଢ଼ଉ କଣ କାରଣ ରହିଛି ତାହା ଫାଇନାଲ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହିଁ ଜଣାପଡିବ । ଘଟଣାରେ ୩ଟି ଦିଗକୁ ନେଇ ତଦନ୍ତ କରୁଛି ପୋଲିସ । ମନୀଷ ସାଙ୍ଗରେ ଥିବା ବ୍ୟକ୍ତି ଘଟଣା ସ୍ଥଳରୁ ଫେରାର ହେଲେ କାହିଁକି ତାହାକୁ ନେଇ ତଦନ୍ତ କରୁଛି ପୋଲିସ । ଏହା ସହିତ ସେ ଭୋର ୩ଟା ୨୯ରୁ ୪ଟା ୧୨ ଯାଏଁ କେଉଁଠି ଥିଲେ ତାହାର ତଦନ୍ତ କରାଯାଉଛି । ଏ ତମାମ ଦିଗକୁ ଅନୁସନ୍ଧାନ କରି ତଦନ୍ତ ଜାରି ରଖିଛି ପୋଲିସ । ପୋଷ୍ଟମର୍ଟମ ପ୍ରାଥମିକ ରିପୋର୍ଟରୁ ଶ୍ବାସ ରୁଦ୍ଧ ଯୋଗୁଁ ମୃତ୍ୟୁ ଘଟିଥିବା ପୋଷ୍ଟମର୍ଟମ କରିଥିବା ଡାକ୍ତର କହିଛନ୍ତି ।

   Related Posts