Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ଆଜି ହେବ ମୁଖ୍ୟ ଅଭିଯୁକ୍ତ ବିବନର ଟିଆଇ ପରେଡ

3/03/2021 at 9:19 AM

ଭୁବନେଶ୍ବର ୩।୩: ବୁଧବାର ହେବ ବିବନର ଟିଆଇ ପରେଡ । ୧୯୯୯ ମସିହା ବହୁ ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ୪ ଓ ୫ ତାରିଖ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ ଟିମ୍ । ତା ପୂର୍ବରୁ ବୁଧବାର ଜେଲରେ ଥିବା ବିବନର ଟିଆଇ ପରେଡ କରାଯିବ । ଭୁବନେଶ୍ବର ଜେଏମଏଫସିଙ୍କ ଉପସ୍ଥିତରେ ଝାରପଡା ଜେଲ୍ ଭିତରେ ଟିଆଇ ପରେଡ ହେବ । ଏହି ସମୟରେ ପୀଡ଼ିତା ଉପସ୍ଥିତ ରହିବେ ।

ବିବନକୁ ୫ ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର ସ୍ବତନ୍ତ୍ର ସିଜେଏମଙ୍କ ନିକଟରେ ଆବେଦନ କରିଥିଲା ସିବିଆଇ ଟିମ୍ । ହେଲେ ୨ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ସ୍ପେଶାଲ ସିଜେଏମ ସିବିଆଇ କୋର୍ଟ । ଦୁଇ ଦିନିଆ ରିମାଣ୍ଡ ସମୟରେ ବାରଙ୍ଗର ସେହି ଘଟଣାସ୍ଥଳକୁ ବିବନକୁ ନେଇପାରେ ସିବିଆଇ ।

କମିସନରେଟ୍ ପୋଲିସର ସ୍ବତନ୍ତ୍ର ଟିମ୍ ଅପରେସନ ‘ସାଇଲେଣ୍ଟ ଭାଇପର’ ଜରିଆରେ ପୁନେରୁ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ଗିରଫ କରିଥିଲା । ଏହାପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିଛି ବିବନ । ୧୯୯୯ ମସିହା ଜାନୁଆରୀ ୯ ତାରିଖରେ ଘଟିଥିଲା ଏହି ଘଟଣା । ୨୨ ବର୍ଷ ଭିତରେ ମାମଲାରେ ଗିରଫ ଅନ୍ୟ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି ।

   Related Posts