Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଆଜି ଗୁଜରାଟ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି

30/10/2020 at 8:36 AM

ନୂଆଦିଲ୍ଲୀ ୩୦/୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଯିବେ ଗୁଜରାଟ । ତେବେ ଆଜିଠାରୁ ସେ ଦୁଇ ଦିନିଆ ଗୁଜରାଟ ଗ୍ରସ୍ତରେ ଯିବେ। ଏହି ଅବସରରେ ସେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ଘରକୁ ଯିବେ ଓ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ। ଏହା ପରେ ପିଏମ ମୋଦି ଦିନ ୧୨ଟାରେ କେଭଡିଆରେ ଆରୋଗ୍ୟ ଓ୍ବାନ ଓ ଆରୋଗ୍ୟ କୁଟୀର ଉଦଘାଟଠନ କରିବେ। ଏହା ପରେ ଦିନ ୧ଟାରେ ସେ ଏକତା ମଲର ଲୋକାର୍ପଣ କରିବେ। ତା’ପରେ ମୋଦି ଚିଲଡେନ ନ୍ୟୁଟିସ୍ରନ ପାର୍କ ପରିଦର୍ଶନ କରିବେ।

କରୋନା ସଂକ୍ରମଣ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗ୍ରସ୍ତ ହେବ। ସେ ସର୍ଦାର ପଟେଲ ଜୁଲୋଜିକାଲ ପାର୍କ ଜଙ୍ଗଲ ସଫାରି ଉଦଘାଟନ କରିବେ ଯାହା ଭାରତର ଲୌହ ପୁରୁଷଙ୍କ ୧୮୨ ମିଟର ପ୍ରତିମୂର୍ତି ପାଖରେ ରହିଛି। କେଭାଡିଆରେ ରାତ୍ରି ପ୍ରବାସ କରିପାରନ୍ତି ବୋଲି ଜଣେ ଅଧିକାରୀ କହିଛନ୍ତି।

ସୂଚନାଯୋଗ୍ୟ ଗୁରୁବାର ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ ହୋଇଥିଲା। ଦୀର୍ଘ ଦିନ ସେ ଅସୁସ୍ଥ ଥିଲେ। କେଶୁଭାଇ ୧୯୯୫ ଓ ୧୯୯୮ରୁ ୨୦୦୧ ମଧ୍ୟରେ ରାଜ୍ୟର ମୁଖ୍ୟମନ୍ତ୍ରୀ ରହିଥିଲେ। ତାଙ୍କ ପରେ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ହୋଇଥିଲେ।

   Related Posts