ଆସନ୍ତାକାଲି ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
21/05/2020 at 5:57 PM

ଭୁବନେଶ୍ବର୨୧/୫: ଆସନ୍ତାକାଲି ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାତ୍ୟା ପ୍ରଭାବିତ ଓଡିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ। ଓଡ଼ିଶାର ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲା ଯିବେ ପ୍ରଧାନମନ୍ତ୍ରୀ। ଭୁବନେଶ୍ବର ଏୟାରପୋର୍ଟରେ ଓହ୍ଲାଇ ଯିବେ ବାତ୍ୟାଞ୍ଚଳ। ସୁରକ୍ଷା ଯାଞ୍ଚ ପାଇଁ ଏୟାରପୋର୍ଟରେ ପଞ୍ଚହଁଞ୍ଚିଲେ ସ୍ବତନ୍ତ୍ର ଗୁଇନ୍ଦା ଡିଜି ସତ୍ୟଜିତ ମହାନ୍ତି, ଏୟାରପୋର୍ଟ ନିର୍ଦ୍ଦେଶକ ଭି ଭି ରାଓ, ଅତିରିକ୍ତ ଡିଜି ପ୍ରିୟଦର୍ଶୀ ମିଶ୍ର, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ଅତିରିକ୍ତ ପୋଲିସ କମିଶନର ଅନୁପ ସାହୁ ଉପସ୍ଥିତ।