Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ପୋଲିସ ହେପାଜତରେ ଥିବା ଅଭିଯୁକ୍ତ ଯୁବକଙ୍କ ମୃତ୍ୟୁ ଅଭିଯୋଗ

19/01/2020 at 3:20 PM

ଢେଙ୍କାନାଳ ୧୯/୧: ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନାରେ ହାଜତ ମୃତ୍ୟୁ ଅଭିଯୋଗ । ଗତକାଲି ପୁଲିସ ହେପାଜତରେ ଅଭିଯୁକ୍ତ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ଯୁବକ ସ୍ଥାନୀୟ ରାଇଗଡାର ମଧୁ ସାମଲ । ତାଙ୍କ ବୟସ ପ୍ରାୟ ୪୦ ବର୍ଷ ।

ଘରୋଇ ହିଂସା ଅଭିଯୋଗରେ ମଧୁଙ୍କୁ  ଶନିବାର ଅପରାହ୍ନରେ ନିହଲପ୍ରସାଦ ପୋଲିସ ଥାନାକୁ  ଆଣିଥିଲା । ସେଠାରେ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ପୋଲିସ ତାଙ୍କୁ ଗଁନ୍ଦିଆ ଡାକ୍ତରଖାନାକୁ ନେଇଥିଲା । ଖବର ଦେବା ପରେ ବି କେହି ପରିବାର ଲୋକ ଆସିନଥିବା ପୋଲିସ କହିଛି ।

ହସପିଟାଲରେ ମୃତ୍ୟୁ ହେବା ପରେ ଢେଙ୍କାନାଳ ଡାକ୍ତରଖାନାରେ ଅତି ତରବରିଆ ଭାବେ ପୋଷ୍ଟମର୍ଟମ କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ମୃତ୍ୟୁର ସଠିକ କାରଣ ଜଣା ପଡିନାହିଁ। ତେବେ ଘଟଣା ନେଇ ନିହଲପ୍ରସାଦ ଅଞ୍ଚଳରେ  ଆଲୋଡନ ସୃଷ୍ଟି ହୋଇଛି ।

   Related Posts