Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଯୋଗ୍ୟ ହିତାଧିକାରୀଙ୍କୁ ଅଣଦେଖା, ପ୍ରତିବାଦରେ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

30/09/2020 at 4:32 PM

ଦିଗପହଣ୍ଡି ୩୦।୯: ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗ୍ରାମରେ ସରକାରୀ ଯୋଜନା ହିତାଧିକାରୀ ଚୟନରେ ପକ୍ଷପାତିତା ଅଭିଯୋଗ ହୋଇଛି । ଯୋଗ୍ୟ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଭତ୍ତା ମିଳୁନି । ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କା ଘର ଯୋଜନା, ପାଇଖାନା ନିର୍ମାଣ, ମୋ ଗୁହାଳ ହିତାଧିକାରୀ ଚୟନରେ ଦଳୀୟ ବାଛବିଚାର ଅଭିଯୋଗ ହୋଇଛି । ବାରମ୍ବାର ଅଭିଯୋଗ କଲେ ମଧ୍ୟ ବ୍ଲକ ପ୍ରଶାସନ ନିଦାବିଷ୍ଣୁ ପାଲଟିଛି । ଅଭିଯୋଗ ଉପରେ ସରପଞ୍ଚ ମଧ୍ୟ କର୍ଣ୍ଣପାତ କରୁନଥିବା ଅଭିଯୋଗ ହୋଇଛି । ଫଳରେ ସମାଜସେବୀ ଇଂ. ଉତ୍ତମ କୁମାର ପାଣିଗ୍ରାହୀଙ୍କ ନେତୃତ୍ବରେ ୫୦ରୁ ଅଧିକ ବୃଦ୍ଧା ବୃଦ୍ଧ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି ।

ବିଡ଼ିଓ ହଳଧର ଶବରଙ୍କ ଅନୁପସ୍ଥିତିରେ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ କିରାଣୀ ତ୍ରିନାଥ ଶବରଙ୍କ ଜରିଆରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଶୀଘ୍ର ସମସ୍ୟାର ସମାଧାନ କରାନଗଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି । ଖୁବ୍ ଶୀଘ୍ର ପ୍ରକୃତ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ବିଭିନ୍ନ ସରକାରୀ ଜନକଲ୍ୟାଣ ଯୋଜନାରେ ସାମିଲ କରାଯିବ ବୋଲି ବିଡ଼ିଓ ପ୍ରତିଶ୍ରୁତି ଦେଇଛନ୍ତି ।

   Related Posts