Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ମନ୍ଦିର ଉପରେ ଚଢ଼ି ପତାକା ବଦଳାଉଥିବା ବେଳେ ଖସି ପଡ଼ି ସୁରକ୍ଷାକର୍ମୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ମନ୍ଦିର ସମ୍ମୁଖରେ ଧାରଣା

15/11/2021 at 10:08 AM

ପାଟଣା, ୧୪/୧: କେନ୍ଦୁଝର ଜିଲ୍ଲା ପାଟଣା ବୈତରଣୀ ନଦୀକୂଳରେ ଥିବା ପରମେଶ୍ୱର ଶିବ ମନ୍ଦିର ରେ ଅଘଟଣ ପରେ ଉତ୍ତେଜନା ଦେଖାଦେଇଛି । ଗତକାଲି ମନ୍ଦିରର ସୁରକ୍ଷାକର୍ମୀ ମନ୍ଦିର ଉପରକୁ ଚଢି ପତାକା ବଦଳାଉ ଥିବା ସମୟରେ ଖସିପଡି ମୃତ୍ୟୁ ହୋଇଥିଲା । ପରେ ପରିବାର ଲୋକେ କ୍ଷତିପୂରଣ ଦାବି କରି ମନ୍ଦିରର ମୁଖ୍ୟ ଫାଟକରେ ଶବକୁ ରଖି ଧାରଣା ଦେଇଛନ୍ତି । ମୃତକ ହେଲେ ସଦର ବ୍ଲକ ଭୁଦବାହାଳି ଗ୍ରାମର ସନ୍ତୋଷ ମହାନ୍ତ ।

ସୂଚନା ଅନୁସାରେ ସୁରକ୍ଷା କର୍ମୀଜଣଙ୍କ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ମନ୍ଦିର ଉପରକୁ ଚଢି ନୂଆ ପତାକା ଲଗାଉ ଥିବା ବେଳେ ଘଟିଥିଲା ଅଘଟଣ । ଘଟଣା ସ୍ଥଳରେ ପାଟଣା ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ଦେଖିବାକୁ ମିଳିଛି ।

   Related Posts