Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଅଧିକ ସଂକ୍ରମଣ ଜିଲ୍ଲାରେ ହେବ ଅଧିକ ଟେଷ୍ଟିଂ, ବ୍ୟାପକ କରାଯିବ ଡୋର୍ ଟୁ ଡୋର୍ ସର୍ଭେ : ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

17/06/2021 at 12:46 PM

ଭୁବନେଶ୍ବର ୧୭।୬: ପଶ୍ଚିମ ଓଡ଼ିଶା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ଉପକୂଳକୁ ଫୋକସ୍ । ଅଧିକ ସଂକ୍ରମଣ ଥିବା ଜିଲ୍ଲାରେ ଅଧିକ ଟେଷ୍ଟ କରାଯିବା ସହ ଡୋର୍ ଟୁ ଡୋର୍ ସର୍ଭେ ବ୍ୟାପକ କରାଯିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି । ଅଫିସର ଓ ଜିଲ୍ଲାପାଳ ସଜାଗ ଅଛନ୍ତି, ଅଧିକ ଫୋକସ୍ କରାଯାଉଛି । ପର୍ଯ୍ୟାୟକ୍ରମେ ପଶ୍ଚିମ ଓଡ଼ିଶାରେ ଆରମ୍ଭ ହୋଇ ଉପକୂଳକୁ ଆସିଥିଲା ସଂକ୍ରମଣ । ଧୀରେ ଧୀରେ ହ୍ରାସ ପାଇବ ସ୍ବାଭାବିକ ପ୍ରକ୍ରିୟା ।

ଗତ ୨୪ ଘଣ୍ଟାରେ ୧୮ ଜିଲ୍ଲାରେ ଦୁଇ ଅଙ୍କକୁ ଖସିଛି ଦୈନିକ ସଂକ୍ରମଣ ସଂଖ୍ୟା । ବାକି ଯେଉଁ ଜିଲ୍ଲାରେ ଅଧିକ, ସରକାର ଯେଉଁଭଳି ପଦକ୍ଷେପ ନେଉଛନ୍ତି ଆଗକୁ କମିବ । ହାରାହାରି ୬ ପ୍ରତିଶତ ରହୁଛି ସଂକ୍ରମଣ ହାର । ଯେଉଁ ଜିଲ୍ଲାରେ ଅଧିକ ରହୁଛି, ଆଶା କରାଯାଉଛି ଏହି ମାସ ଶେଷ ସୁଦ୍ଧା ବହୁତ କମିବ ।

ସେପଟେ ଆଇସିୟୁ ମ୍ୟାନେଜମେଣ୍ଟ ସଠିକ୍ ଭାବେ କରାଯାଉଛି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ପରିଚାଳନା ସଠିକ୍ ନଥିଲେ ଅଧିକ ମୃତ୍ୟୁ ହୋଇଥାନ୍ତା । ଡାକ୍ତରମାନେ ଜୀବନକୁ ବାଜି ଲଗାଇ କାମ କରୁଛନ୍ତି ।ବର୍ତ୍ତମାନ ୪୫ ହଜାର ରୋଗୀଙ୍କ ମଧ୍ୟରୁ ୮ ହଜାର ଅଛନ୍ତି ହସ୍ପିଟାଲରେ ।

   Related Posts