Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଭୁବନେଶ୍ବର, କଟକ ପରେ ଏବେ ପୁରୀରେ ମାତିଛନ୍ତି ଗ୍ୟାଙ୍ଗ୍‌, ଭାଇରାଲ୍‌ ହେଲା ଭିଡିଓ

14/11/2021 at 1:02 PM

ପୁରୀ, ୧୪/୨୧: ଭୁବନେଶ୍ବର, କଟକ ପରେ ଏବେ ପୁରୀରେ ମାତିଛନ୍ତି ଅମାନିଆ। ହାତରେ ଖଣ୍ଡା, ପାଟିରେ ଅଶ୍ଳୀଳ ଭାଷା ଯାହା କି କାନରେ ଶୁଣି ହେବନି। ଖୁବ୍ କମ୍ ବୟସର ଯୁବକମାନେ ଏବେ ଠାରୁ ଅପରାଧ ଦୁନିଆରେ ପାଦ ଦେବା ସହ ନିଜ ପତିଆରା ଜାହିର କରିବା ପାଇଁ ସୋସିଆଲ ମିଡ଼ିଆର ବ୍ୟବହାର କରୁଛନ୍ତି। ଅମାନିଆ ଯୁବକଙ୍କ ଏହି ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ପୁରୀ ଲୋକେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି।

ଏହି ଭିଡିଓର ସତ୍ୟାସତ୍ୟ ଜାଣିବା ସହ ଘଟଣାର ତଦନ୍ତ କରି ପୁରୀ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଜରୁରୀ ବୋଲି ସାଧାରଣରେ ଦାବି ଉଠିଛି।

   Related Posts