Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପୁଲୱାମାରେ ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ : ସହିଦଙ୍କୁ ସମ୍ମାନ ଜଣାଇ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ସର୍ବଭାରତୀୟ ବ୍ୟବସାୟୀ ମହାସଂଘ

18/02/2019 at 8:03 AM

ନୂଆଦିଲ୍ଲୀ ୧୮|୨:  ଆଜି ୧୨ଘଣ୍ଟିଆ ବନ୍ଦ । ଜମ୍ମୁକାଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କୀ ଆକ୍ରମଣରେ ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ବ୍ୟବସାୟୀମାନେ ଆଜି ଦେଶବ୍ୟାପୀ ବ୍ୟବସାୟ ବନ୍ଦ କରିବାକୁ ଘୋଷଣା କରିଛନ୍ତି । ସହିଦଙ୍କୁ ସମ୍ମାନ ଜଣାଇ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ଡାକରା ଦିଆଯାଇଛି ।

ଏହାକୁ ସମର୍ଥନ କରିଛି ରାଜ୍ୟ ବ୍ୟବସାୟୀ ମହାସଂଘ । ଆଜି ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିବ । ଏହି ବନ୍ଦରୁ ଔଷଧ ଦୋକାନ ଏବଂ ପେଟ୍ରୋଲ ପମ୍ପକୁ ବାଦ୍ ଦିଆଯାଇଛି । ପୁଲୱାମା ଘଟଣା ପ୍ରତି ସାରା ଦେଶରେ ସମ୍ବେଦନା ରହିଥିବାରୁ ବନ୍ଦର ପ୍ରଭାବ ବ୍ୟାପକ ଭାବେ ପଡ଼ିବା ସମ୍ଭାବନା ରହିଛି। ତେବେ ଏହି ବନ୍ଦରେ ଓଡିଶା, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ, ପଞ୍ଜାବ, ହରିୟାଣା, ଜମ୍ମୁ ଓ କାଶ୍ମୀର ସହ ଅନ୍ୟ ରାଜ୍ୟ ମାନେ ସାମିଲ ହୋଇଛନ୍ତି।

ଗତ ୧୪ତାରିଖରେ ଜମ୍ମୁକାଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ସିଆରପିଏଫ୍ ଜବାନ ସହିଦ ହୋଇଥିଲେ । ୪୦ଜଣ ଯବାନ ଆହତ ହୋଇଛନ୍ତି । ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ଏହି ଆକ୍ରମଣ ଘଟଣା ପାଇଁ ନିଜକୁ ଦାୟୀ କରିଛି ।

   Related Posts