ଶ୍ରୀନଗରରେ ସହିଦ ସିଆରପିଏଫ୍ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ; ସହିଦଙ୍କ କଫିନକୁ କାନ୍ଧରେ ବୋହିଲେ ଗୃହମନ୍ତ୍ରୀ ରାଜନାଥ ସିଂହ
15/02/2019 at 3:30 PM

ଶ୍ରୀନଗର ୧୫|୨: ଜମ୍ମୁକାଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ସିଆରପିଏଫ୍ ଯବାନଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି । ଶ୍ରୀନଗରରେ ସହିଦ ସସିଆରପିଏଫ୍ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଗୃହମନ୍ତ୍ରୀ ରାଜନାଥ ସିଂହ । ସହିଦଙ୍କ କଫିନକୁ ନିଜ କାନ୍ଧରେ ବୋହିନେଲେ ଗୃହମନ୍ତ୍ରୀ ରାଜନାଥ ।

ସହିଦଙ୍କ ପାର୍ଥିବ ଶରୀରକୁ ଦିଲ୍ଲୀ ଅଣାଯାଉଛି । ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ପାଲମ ବିମାନବନ୍ଦର ଯିବାର ସୂଚନା ରହିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ଶ୍ରୀନଗର-ଜମ୍ମୁ ହାଇୱେରେ ସିଆରପିଏଫ୍ ଯବାନମାନଙ୍କୁ ନେଇ ୭୦ଟି ବସ୍ ଯାଉଥିବା ବେଳେ ଅୱନ୍ତିପୁରାଠାରେ ହଠାତ୍ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ । ଏକ ଆଇଇଡି ବିସ୍ଫୋରକ ଭର୍ତ୍ତି ଗାଡ଼ି ସିଧା ଆସି ଦୁଇଟି ସିଆରପିଏଫ୍ ବସକୁ ଧକ୍କା ଦେଇଥିଲା । ଫଳରେ ବଡ ଧରଣର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଫଳରେ ୩୭ଜଣ ସିଆରପିଏଫ୍ ଯବାନ ସହିଦ ହୋଇଛନ୍ତି । ସିଆରପିଏଫର ୨୫ ଶହ ୪୭ଜଣ ଯବାନ ଏକ ଟ୍ରାଂଜିଟ କ୍ୟାମ୍ପରୁ ଜମ୍ମୁରୁ ଶ୍ରୀନଗର ଯାଉଥିବାବେଳେ ଆତଙ୍କୀ ହମଲା କରିଥିଲେ । ଜୈଶ-ଏ-ମହମ୍ମଦ ଆତଙ୍କୀ ସଂଗଠନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି। ଅଓ୍ବନ୍ତିପୁରାରେ ସିଆରପିଏଫ୍ ଯବାନଙ୍କ ବସ୍ ଉଡ଼ାଇବା ପାଇଁ ଆତ୍ମଘାତୀ ଆତଙ୍କବାଦୀ ୩୫୦ କିଲୋ ବିସ୍ଫୋରକ ବ୍ୟବହାର କରିଥିଲା ।