Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ପୂର୍ବ ଶତ୍ରୁତାକୁ ନେଇ ଖଣ୍ଡାରେ ହାଣି ହତ୍ୟା, ଅଭିଯୁକ୍ତ ଫେରାର

25/07/2021 at 10:59 PM

ପୁରୀ ୨୫/୭: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା । ୪ ରୁ ୫ଜଣ ଦୁବୃର୍ତ୍ତଙ୍କ ଖଣ୍ଡା ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକ ହେଉଛନ୍ତି ବାସେଳୀ ସାହି ଥାନା ଅନ୍ତର୍ଗତ ଓଡିଆ ମଠ ନିକଟର ଜିତେନ୍ଦ୍ର ପୁରୋହିତ । ରବିବାର ସନ୍ଧ୍ୟାରେ ଜିତେନ୍ଦ୍ର ବଡ଼ ପୋଖରୀ ଜାଗାକୁ ଯାଉଥିବା ସମୟରେ ଜାଗା ସମ୍ମୁଖ ଗେଟ ନିକଟରେ ୪ ରୁ ୫ ଜଣ ଦୁର୍ବୃତ୍ତ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ । 

ଖବର ପାଇ ବାସେଳୀ ସାହି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜିତେନ୍ଦ୍ରଙ୍କୁ ଉଦ୍ଧାର କରିବା ସହ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ପୋଲିସର ପ୍ରାଥମିକ ତଦନ୍ତ ଅନୁଯାୟୀ ଜିତେନ୍ଦ୍ରଙ୍କ ପରିବାର ସହିତ ବାସେଳୀ ସାହିର କିଛି ଯୁବକଙ୍କ ସହିତ ପୂର୍ବରୁ ଗଣ୍ଡଗୋଳ ହୋଇଥିବା ବେଳେ ଥାନାରେ ଏନେଇ ମାମଲା ରୁଜୁ ହୋଇଥିଲା।

ଏହି କାରଣକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବା ମୃତ ଜିତେନ୍ଦ୍ରଙ୍କ ପରିବାର ଲୋକେ  ଅଭିଯୋଗ କରିଛନ୍ତି। ଘଟଣାକୁ ନେଇ ବାସେଳୀ ସାହି ଥାନା ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଦୁର୍ବୁତ୍ତମାନେ ଫେରାର ଅଛନ୍ତି। 

   Related Posts