Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ବିନା ଧାଡିରେ ଶ୍ରୀମନ୍ଦିରରେ ପ୍ରବେଶ କରୁଛନ୍ତି ପୁରୀବାସୀ, ଶ୍ରୀଜିଉଙ୍କ ଦର୍ଶନ ଓ ମହାପ୍ରସାଦ ଆଣିବା ହେବ ସହଜ

1/11/2021 at 7:28 AM

ପୁରୀ, ୦୧|୧୧:  ସୋମବାରଠାରୁ ପୁରୀ ସହରବାସୀ ବିନା ଧାଡିରେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି। ବିନା ଧାଡିରେ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ପୁରୀ ସହରବାସୀ।

କୋଭିଡ ଗାଇଡ଼ଲାଇନ ଅନୁଯାୟୀ ଡବଲ ଡୋଜ୍ ଟିକା ସାର୍ଟିଫିକେଟ ଅବା ଆରଟିପିସିଆର ନେଗେଟିଭ ରିପୋର୍ଟ ସହ ଆଧାର କାର୍ଡ ଦେଖାଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ପୂର୍ବରୁ କେବଳ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପୁରୀ ସହରବାସୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିଲେ। ବାହାରୁ ଆସୁଥିବା ଭକ୍ତଙ୍କ ସହ ମିଶି ଲାଇନରେ ଯିବାର ନିୟମ ଥିବାରୁ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ଓ ମହାପ୍ରସାଦ ଆଣିବା ପାଇଁ ଦୀର୍ଘ ସମୟ ଧରି ଅପେକ୍ଷା କରିବାକୁ ପଡୁଥିଲା। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ କିଛି ଦିନ ପୂର୍ବେ ବିଭିନ୍ନ ସଂଗଠନ ପକ୍ଷରୁ ଶ୍ରୀମନ୍ଦିର ଚାରି ଦ୍ଵାରରେ ପୁରୀ ସହରବାସୀଙ୍କୁ ପ୍ରବେଶ ଅନୁମତି ଦେବା ପାଇଁ ଦାବି ଜୋର ଧରିଥିଲା।

ତେବେ ପରିଚାଳନା କମିଟି ସଦସ୍ୟ ଓ ବରିଷ୍ଠ ସେବାୟତଙ୍କ ସହ ଆଲୋଚନା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ସହରବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥାରେ ସାମାନ୍ୟ କୋହଳ କରାଯାଇଛି। ତେଣୁ ଆଜି ସକାଳୁ ପୁରୀ ସହରବାସୀ ପଶ୍ଚିମ ଦ୍ଵାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଦର୍ଶନ ପାଇ ଭାବ ବିହ୍ବଳ ହୋଇଛନ୍ତି।

   Related Posts