ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଗୁପ୍ତ ନୀତି

Published By : Prameya-News7 Bureau | July 09, 2018 IST

ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଗୁପ୍ତ ନୀତି । ଅଣସର ପିଣ୍ଡିରେ ବିଶ୍ରାମ ନେଉଛନ୍ତି ମହାପ୍ରଭୁ । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଚାଲିଛି ନାନାଦି ଗୁପ୍ତସେବା । ମହାପ୍ରଭୁଙ୍କୁ ଲାଗି ହେବ ଦଷମୂଳ ମହୌଷଦୀ । ଶ୍ରୀମନ୍ଦିର ବୈଦ୍ୟମାନ୍ୟତାପ୍ରାପ୍ତ କବିରାଜ ସେବକମାନେ ପୁରୁଷାନୁକ୍ରମେ ପ୍ରଭୁଙ୍କ ପାଇଁ ଏହି ମହୌଷଧୀ ପ୍ରସ୍ତୁତି ସେବାରେ ନିୟୋଜିତ ଅଛନ୍ତି । ଆଜି ମହାପ୍ରଭୁ ଅଣସର ପିଣ୍ଡିରେ ରକ୍ତ ବସ୍ତ୍ର ପିନ୍ଧିବେ । ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବ । ଗତକାଲି ଅଣସର ମହାପ୍ରଭୁଙ୍କୁ ଚକା ବିଜେ କରାଯାଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.