ପୁଷ୍ୟା ନକ୍ଷତ୍ର ଯୋଗରେ ଗଜପତି ମହାରାଜାଙ୍କ ଶ୍ରୀନହରରେ  ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ

Published By : Prameya-News7 Bureau | January 18, 2022 IST

ପୁରୀ, ୧୮/୧: ଆଜି ପୁଷ୍ୟା ନକ୍ଷତ୍ର ଯୋଗରେ ଗଜପତି ମହାରାଜାଙ୍କ ଶ୍ରୀନହରରେ  ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବ ଅନୁପସ୍ଥିତ ଥିବାରୁ ତାଙ୍କ ଖଡଗ ଆଜି ପୂଜା କରାଯାଇଛି। ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତ ମାନେ ନଡ଼ିଆ, ପଇତା ପ୍ରଦାନ କରିବା ସହ ଆଶୀର୍ବାଦ ଦେଇଥିଲେ। ଗଜପତିଙ୍କ ଶାସନ ଶୁଭ ଓ ମଙ୍ଗଳପ୍ରଦ ହେବା ସହ ଜଗତର କଲ୍ୟାଣ ପାଇଁ ଏହି ନୀତି କରାଯାଉଥିବା ବେଳେ ଏନେଇ ବ୍ରାହ୍ମଣ ମାନେ ଆଶିଷ ଦେଇଥାନ୍ତି।

ଭକ୍ତି ଏବଂ ଆଧ୍ୟାତ୍ମିକ ପରିବେଷରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଗତକାଲି ଗଜପତିଙ୍କ ପ୍ରତିନିଧି ଭାବେ ମୁଦିରସ୍ତଙ୍କ ଶାଢୀ ବନ୍ଧା ନୀତି ସମ୍ପନ୍ନ ହୋଇଥିଲା।  ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମ୍ମୁଖରେ ଯେଉଁ ନୀତିକାନ୍ତି ମହାରାଜା ଦିବ୍ୟସିଂହ ଦେବ କରିଥାନ୍ତି ସେହି ନୀତିକାନ୍ତି ମୁଦିରସ୍ତ ସମ୍ପାଦନ କରିଥାନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.