Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦ୍ୱିତୀୟ ଲହରର କରୁଣ ଚିତ୍ର : ହସ୍ପିଟାଲରେ ବେଡ୍ ନାହିଁ, ଫୁଟ୍ ପାଥ୍‌ରେ ଶୋଇଛନ୍ତି କରୋନା ସଂକ୍ରମିତ
  • ||
  • ରାଉରକେଲା : ଦିଲ୍ଲୀରେ ଅକ୍ସିଜେନ୍ ସଙ୍କଟ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରୁ ପଠାଗଲା ଅକ୍ସିଜେନ୍ ଟ୍ୟାଙ୍କର
  • ||
  • ଯାଜପୁର : ଅକ୍ସିଜେନ୍ ସଙ୍କଟ, ଯାଜପୁରରୁ ବିଶାଖାପାଟଣା ଓ ପୁଣେ ଗଲା ୨ଟି ଅକ୍ସିଜେନ୍ ଟ୍ୟାଙ୍କର
  • ||
  • ଅନୁଗୋଳ : ଅନୁଗୋଳ ଜିଲ୍ଲାର ୨ଟି ମ୍ୟୁନିସିପାଲଟି ସଟଡାଉନ୍, କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ନବମିଶ୍ର କଲୋନୀ
  • ||
  • କଳାହାଣ୍ଡି : ପୋଲିସ ରିଜର୍ଭ ଅଫିସରେ ସର୍ଜନ ଓ OAPF ଯବାନଙ୍କ ମଧ୍ୟରେ ମାଡ ଘଟଣା, ଉଭୟଙ୍କୁ ନିଲମ୍ବିତ କଲେ ଏସପି
  • ||
  • କଳାହାଣ୍ଡି : ଜିଏସଟି ଏନଫୋର୍ସମେଣ୍ଟ ଟିମ୍‌ର ଚଢାଉ, ଟ୍ରକ୍‌ରୁ ୫ ଲକ୍ଷ ୩୫ ହଜାର ଟଙ୍କା ଜରିମାନା ଆଦାୟ
  • ||
  • କରୋନା ବେଲଗାମ୍, ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୩୨ ହଜାରରୁ ଅଧିକ କେସ୍, ୨୨୬୩ ମୃତ
  • ||
  • ଦୁର୍ଘଟଣାରେ ଆହତ ହେଲେ ମଞ୍ଚ କଳାକାର ରତିକାନ୍ତ ବେହେରା, ହସ୍ପିଟାଲରେ ଭର୍ତ୍ତି
  • ||
  • ଚାଲିଥିଲା ଚୋରା ବନ୍ଧୁକ କାରବାର, ମାଡିବସିଲା ପୋଲିସ, ପିସ୍ତଲ ଜବତ
  • ||
  • ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍
  • ||

ବିଧାନସଭା ପ୍ରଶ୍ନକାଳ : ଭିନ୍ନକ୍ଷମ ପିଲାଙ୍କ ପାଇଁ ସ୍ବତନ୍ତ୍ର ବିଦ୍ୟାଳୟ

20/07/2019 at 12:32 PM

ଭୁବନେଶ୍ବର ୨୦|୭:  ଆଜି ବିଧାନସଭା ପ୍ରଶ୍ନକାଳରେ ଭିନ୍ନକ୍ଷମ ସଶକ୍ତିକରଣ ଉପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ହୋଇଥିଲା । ଭିନ୍ନକ୍ଷମ ପିଲାଙ୍କୁ ଶିକ୍ଷା ପ୍ରଦାନ କରିବା ପାଇଁ ୧୦୬ଟି ସ୍ବତନ୍ତ୍ର ବିଦ୍ୟାଳୟ ରହିଛି । ଗୋଟିଏ ଯୁକ୍ତ ଦୁଇ ମହାବିଦ୍ୟାଳୟ ରହିଛି। ଏଥିରୁ ୪୬ଟି ବିଦ୍ୟାଳୟ କେନ୍ଦ୍ର ସରକାରଙ୍କ ଦ୍ଵାରା ପରିଚାଳିତ ହେଉଛି । ପିଲାମାନଙ୍କୁ ମାଗଣା ରହିବା, ଖାଇବା ବ୍ୟବସ୍ଥା କରାଯାଇଛି। ଯେଉଁମାନେ ଆବାସିକ ସ୍କୁଲ ରେ ରହୁଛନ୍ତି, ସେମାନଙ୍କୁ ମାସକୁ ୫ଶହ ଟଙ୍କା ବୃତ୍ତି ଦିଆଯାଉଛି। ଯେଉଁମାନେ ରାହୁନାହାନ୍ତି ସେମାନଙ୍କୁ ମାସିକ ୨୫୦ ଟଙ୍କା ଦିଆଯାଉଛି। ବ୍ରେଲି ବହି, ମାଗଣାରେ ଶ୍ରବଣ ଯନ୍ତ୍ର ଯୋଗାଇ ଦିଆଯାଉଛି। ଏ ନେଇ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସୂଚନା ଦେଇଛନ୍ତି ।

ସେମିନାର ଏବଂ ବିଜ୍ଞାନ ମେଳା କରିବା ପାଇଁ ୧୦ ବର୍ଷରେ ୩୧ଲକ୍ଷ ୯୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ଗୋଟିଏ ଆର୍ଥିକ ବର୍ଷରେ ଦୁଇ ଥର ଅନୁଦାନ ଦିଆଯାଏ। ରାଜ୍ୟସ୍ତରୀୟ ବିଜ୍ଞାନ ମେଳା ଓ ସେମିନାର କଲେ ସ୍କୁଲଗୁଡିକୁ ୮୦ ହଜାର ଓ କଲେଜଗୁଡିକୁ ୧ ଲକ୍ଷ ଟଙ୍କା ଅନୁଦାନ ଦିଆଯାଉଛି। ଅନ୍ତର୍ଜାତୀୟ ସେମିନାର କଲେ ଦେଢ଼ ଲକ୍ଷ ଟଙ୍କା ଅନୁଦାନ ଦିଆଯାଉଛି। ଏ ନେଇ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି ।

   Related Posts