Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ବିଧାନସଭା ପ୍ରଶ୍ନକାଳ : ରାଜ୍ୟରେ ୪୪୧ ବାଳିକା ଏବଂ ୧୪୮୫ ବାଳକ ବିଦ୍ୟାଳୟରେ ନାହିଁ ଶୌଚାଳୟ

31/07/2019 at 11:54 AM

ଭୁବନେଶ୍ବର ୩୧|୭: ଆଜି ବିଧାନସଭା ପ୍ରଶ୍ନକାଳରେ ବିଭିନ୍ନ ବିଭାଗ ଉପରେ ଆଲୋଚନା କାର୍ଯ୍ୟକ୍ରମ ରହିଛି । ଏହାସହ ବ୍ୟୟ ମଞ୍ଜୁରୀ ବିଲ୍ ଉପରେ ଆଲୋଚନା କରାଯିବ ।

ପ୍ରଶ୍ନକାଳରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ଉପରେ ଆଲୋଚନା ହୋଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀଙ୍କ ପକ୍ଷରୁ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୃହରେ ଉତ୍ତର ରଖିଛନ୍ତି । ଗୃହରେ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି ଯେ, ରାଜ୍ୟରେ ୪୪୧ ବାଳିକା ବିଦ୍ୟାଳୟରେ ଶୌଚାଳୟ ନାହିଁ ।

ସେହିପରି ୧୪୮୫ ବାଳକ ବିଦ୍ୟାଳୟରେ ଶୌଚାଳୟ ନାହିଁ । ରାଜ୍ୟରେ ୫୪୨୯୮ସରକାରୀ ସ୍କୁଲ ରହିଛି । ୫୩୭୬୩ରେ ବାଳିକା ଶୌଚାଳୟ ଓ ୫୨୫୨୧ରେ ବାଳକ ଶୌଚାଳୟ ରହିଛି । ସବୁ ସ୍କୁଲରେ ପାନୀୟ ଜଳ ବ୍ୟବସ୍ଥା ରହିଛି । ଯେଉଁଠି ନାହିଁ, ସେଠାରେ ମାଠିଆ ପାଣି ଅଛି ବୋଲି ମନ୍ତ୍ରୀ କହିଛନ୍ତି ।

୨୦୦୩-୦୪ରେ ୨୦ ହଜାର ଟଙ୍କାରେ ଶୌଚାଳୟ ନିର୍ମାଣ ହୋଇଥିଲା । ୨୦୧୮-୧୯ରେ ଶୌଚାଳୟ ନିର୍ମାଣ ପାଇଁ ଏକ ଲକ୍ଷ ୭୮ ହଜାର ଟଙ୍କା ଖର୍ଚ୍ଚ ହୋଇଛି ।

   Related Posts