Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଆଜି ଶ୍ରୀଜୀଉଙ୍କ ପବିତ୍ର ରାଧ।ଦାମୋଦର ବେଶ, ଶ୍ରୀମନ୍ଦିରରେ ହୋଇଥାଏ ସ୍ୱତନ୍ତ୍ର ନୀତିକାନ୍ତି

16/10/2021 at 1:13 PM

ପୁରୀ ୧୬।୧୦:  ଆଜି ଶ୍ରୀଜୀଉଙ୍କ ପବିତ୍ର ରାଧ।ଦାମୋଦର ବେଶ ।  ଶ୍ରୀଜୀଉଙ୍କର ଏହି ରାଧା ଦାମୋଦର ବେଶ ପ୍ରତ୍ୟେକ ବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଚାଲିଥାଏ । ଦୀର୍ଘ ଏକମାସ ପର୍ଯ୍ୟନ୍ତ ପ୍ରତ୍ୟହ ଅନୁଷ୍ଠିତ ହୋଇଥାଏ । କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ନାମ ଏପରି ନାମକରଣ କରାଯାଇଛି ।

ଶ୍ରୀମନ୍ଦିର ସ୍ୱତ୍ୱବଲିପି ଅନୁଯାୟୀ, ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ରାତ୍ର ଦୁଇ ଘଡ଼ି ଥାଇ ମଙ୍ଗଳ ଆଳତି ଓ ଅବକାଶ ନୀତି ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କର ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇ ଥାଏ । ଠାକୁରମାନେ ଏହି ବେଶରେ ବାଳଭୋଗ ପର୍ଯ୍ୟନ୍ତ ରହନ୍ତି । ଏହି ବେଶରେ ଥାଇ ଶ୍ରୀଜୀଉଙ୍କର ରୋଷ ହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳ ବଲ୍ଲଭ ଭୋଗ, ସକାଳ ଧୂପ ଓ ବାଳ ଭୋଗ ହୋଇଥାଏ । ବାଳଭୋଗ ଛେକ ଆସିବା ପରେ ମୁଦିରସ୍ତ ସେବକ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରନ୍ତି ଓ ବାଳ ଭୋଗ ସରିବା ପରେ ତିନି ବାଡ଼ରେ ବନ୍ଦାପନା ହୋଇ, ବେଶ ଓଲାଗି ହୋଇଥାଏ । ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ଓ ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାର ଠାକୁରମାନଙ୍କୁ ଲାଗି କରାଯାଇଥାଏ ।

ତେବେ ଏହି ବେଶରେ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର ତ୍ରିକଚ୍ଛ ପରିଧାନ କରିଥାନ୍ତି । ଦୁଇ ହସ୍ତରେ ସୁବର୍ଣ୍ଣ ନଳୀଭୁଜ (ନଳୀଭୂଜରେ ଆୟୁଧର ଚିତ୍ର ଥାଏ), ତ୍ରିମୁଣ୍ଡିରେ ବାଉଁଶ ପାତିଆ ଓ କନାରେ ନିର୍ମିତ ଚୂଳ, ଚୂଳର ଅଗ୍ରଭାଗରେ ରୂପା ଚନ୍ଦ୍ରିକା, କର୍ଣ୍ଣଦେଶରେ କୁଣ୍ଡଳ, କଟିଦେଶରେ ଓଡ଼ିଆଣୀ କମରପଟି, କଣ୍ଠରେ ସୁବର୍ଣ୍ଣ ଘାଗଡ଼ା ମାଳି, କପାଳରେ ତିଳକ, ଚନ୍ଦ୍ର, ସୂର୍ଯ୍ୟ ଏବଂ ରାମାନନ୍ଦୀ ଚିତା ଇତ୍ୟାଦି ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉମାନେ ଭୂଷିତ ହୋଇଥାନ୍ତି । ମସ୍ତକରେ ଡଡ଼ଗି ସହିତ ବିଭିନ୍ନ ପ୍ରକାର ପୁଷ୍ପ ଅଳଙ୍କାର, ସୁବର୍ଣ୍ଣ ଅଳଙ୍କାର ସହ ପାଟଶାଢ଼ୀ, ଫୁଟା, ଶିରୀ କପଡ଼ା, ପହରଣ, ବଳା, ଅଧରବଳା ଓ ଉତ୍ତରୀୟ ବସ୍ତ୍ର ଲାଗି ହୁଏ ।

ସେହିପରି ଏହି ବେଶରେ ବିଭିନ୍ନ ବାରରେ ବିଭିନ୍ନ ରଙ୍ଗର ପାଟବସ୍ତ୍ର ଶ୍ରୀଜିଉମାନଙ୍କର ନିକଟରେ ଲାଗି ହୁଏ । ରବିବାର ନାଲି, ସୋମବାର ଧଳାରେ କଳାଛିଟ, ମଙ୍ଗଳବାର ବାରପାଟିଆ, ବୁଧବାର ନୀଳ, ଗୁରୁବାର ହଳଦିଆ, ଶୁକ୍ରବାର ଶୁକ୍ଳ ଓ ଶନିବାର କଳାରଙ୍ଗ ପାଟବସ୍ତ୍ର ଲାଗି ହୁଅନ୍ତି । ଶ୍ରୀଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋସ୍ଥ ଶ୍ରୀ ନୀଳମାଧବଙ୍କର ମଧ୍ୟ ଏକମାସ ଏହି ବେଶ ହୋଇଥାଏ ।

   Related Posts