Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ପରଲୋକରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ, କରୋନାରେ ଆକ୍ରାନ୍ତ ହେବା ପରେ ଚାଲିଥିଲା ଚିକିତ୍ସା

11/06/2021 at 8:47 AM

ଭୁବନେଶ୍ୱର, ୧୧।୦୬ : ପରଲୋକରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ । କରୋନାରେ ଆକ୍ରାନ୍ତ ହୋଇ ପ୍ରଫେସର ରାଧାମୋହନ ଶେଷ ନିଶ୍ୱାତ ତ୍ୟାଗ କରିଛନ୍ତି । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ସେ ଇହଲୀଳା ସମ୍ପନ୍ନ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ତାଙ୍କର ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, ରାଜନେତା ଓ ଶିକ୍ଷାବିତ୍ ଶୋକବ୍ୟକ୍ତ କରିଛନ୍ତି।

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ନୟାଗଡ଼ର ରଙ୍ଗଣିପାଟଣାରେ ଜନ୍ମଲାଭ କରିଥିଲେ । ସେ ଜୈବ କୃଷି ବିଶେଷଜ୍ଞ ଓ ଅର୍ଥନୀତି ପ୍ରଫେସର ଭାବେ ବେଶ୍ ଜଣାଶୁଣା ଥିଲେ । ସମାଜସେବା ପାଇଁ ରାଜ୍ୟ ସରକାର ତାଙ୍କୁ ‘ଉତ୍କଳ ସେବା ସମ୍ମାନ’ରେ ସମ୍ମାନିତ କରିଥିଲେ । ଏହାଛଡ଼ା ପରିବେଶ ସୁରକ୍ଷା ପାଇଁ ୟୁଏନଏପିର ‘ଗ୍ଲୋବାଲ ରୋଲ୍ ଫ୍ର ଅନର’ ପୁରସ୍କାର ପାଇଥିଲେ । ସେ ଶିକ୍ଷା, ଯୋଜନା ଓ ଜଳଛାୟା ମିଶନର ପରାମର୍ଶଦାତା କମିଟିର ସଦସ୍ୟ ରହିବା ଓଡ଼ିଶାର ସୂଚନା କମିଶନର ଭାବେ ଦାୟିତ୍ୱ ତୁଲାଇଥିଲେ ।

କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଧାମୋହନ ଓ ତାଙ୍କ ଝିଅ ସାବରମତୀଙ୍କୁ ମିଳିତ ଭାବେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ତାଙ୍କର ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, ବହୁ ରାଜନେତା, ଶିକ୍ଷାବିତ୍, ପ୍ରଶାସକ, ବୁଦ୍ଧିଜୀବୀମାନେ ଶୋକବ୍ୟକ୍ତ କରିଛନ୍ତି ।

   Related Posts