ପଣ୍ଡିତ ରଘୁନାଥ ମହାପାତ୍ରଙ୍କ ପୁତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନାରେ ହେଉଛନ୍ତି ଚିକିତ୍ସିତ

Published By : Prameya-News7 Bureau | May 16, 2021 IST

ଭୁବନେଶ୍ୱର,୧୬/୦୫: ବିଶିଷ୍ଟ ଶିଳ୍ପୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ସେ କରୋନା ଆକ୍ରାନ୍ତ ହୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି । ୪୭ବର୍ଷୀୟ ପ୍ରଶାନ୍ତ ଜଣେ ପୂର୍ବତନ ରଣଜୀ ଖେଳାଳୀ ତଥା ବିସିସିଆଇର ମ୍ୟାଚ୍‌ ରେଫରୀ । ଗତ ୯ ତାରିଖରେ ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ହୋଇଥିଲା । ସେ ବି କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ ।

୧୯୪୩ ମସିହା ମାର୍ଚ୍ଚ ୨୪ରେ ଜନ୍ମ ଗ୍ରହଣ କରିଥିବା ରଘୁନାଥ ମହାପାତ୍ର ପ୍ରସ୍ତର କାରୁକାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହା ପୂର୍ବରୁ ୧୯୬୪ରେ ସେ ଜାତୀୟ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ। ରଘୁନାଥଙ୍କ ବିୟୋଗ ରାଜ୍ୟ ତଥା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି।

ଗତ ମେ ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫୋନ୍ କରି ରଘୁନାଥଙ୍କ ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ମହାପାତ୍ରଙ୍କ ପୁଅଙ୍କ ସହିତ ଫୋନ ଯୋଗେ ସ୍ବାସ୍ଥ୍ୟବସ୍ଥା ପଚାରିବୁଝିଥିଲେ ନରେନ୍ଦ୍ର ମୋଦୀ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.