ଅବକାରୀ ବିଭାଗର ଅତର୍କିତ ଚଢ଼ାଉ: ବ୍ୟାପକ ଚୋରା ମଦ ଜବତ ସହ ଜଣେ ଗିରଫ
6/01/2021 at 10:23 PM

ରାଇରଙ୍ଗପୁର୬/୧: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ବ୍ୟାପକ ପରିମାଣରେ ମଦରନ୍ଧା ସରଞ୍ଜାମ, ଦେଶୀ ମଦ ଜବତ କରିବା ସହ ପ୍ରଚୁର ପରିମାଣରେ ମହୁଲପୋଚ ମଧ୍ୟ ନଷ୍ଟ କରାଯାଇଛି। ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ପିଠାକୁଟୁଣି ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ଚଢ଼ାଉ କରାଯାଇ ବ୍ୟାପକ ପରିମାଣର ମଦରନ୍ଧା ସରଞ୍ଜାମ ନଷ୍ଟ କରିବା ସହ ୩୦ ଲିଟର ଦେଶୀ ମଦ ଜବତ କରାଯାଇଛି।
ତା ସହିତ ମୋଟ୍ ୧୨୦୦ କି.ଗ୍ରା. ମୋହୁଲ ପଚ ମଧ୍ୟ ନଷ୍ଟ କରାଯାଇଛି। ସେହିପରି ରାଇରଙ୍ଗପୁର ସହରରେ ଚଢ଼ାଉ କରି ଜଣେ ଚୋରା ବେପାରୀକୁ ଗିରଫ କରିବା ସହ ୭ ଲିଟର ଦେଶୀ ମଦ ଜବତ କରିଛି ଅବକାରୀ ବିଭାଗ। ଅବକାରୀ ଆରକ୍ଷୀ ଅଧିକ୍ଷକ ପୁରୁଷୋତ୍ତମ ଧାରୁଆଙ୍କ ନିର୍ଦ୍ଦେଶକ୍ରମେ ରାଇରଙ୍ଗପୁର ଅବକାରୀ ବିଭାଗର ଭାରପ୍ରାପ୍ତ ଅଧିକାରୀ ହରିହର ସିଂ ଚଢ଼ାଉ କରିଥିବା ଜଣାପଡିଛି।